ETV Bharat / city

STATE CORONA DEATH; ଆଖି ବୁଜିଲେ ଆଉ ୬ ଆକ୍ରାନ୍ତ

author img

By

Published : Sep 24, 2021, 10:51 AM IST

ଆଜି(ଶୁକ୍ରବାର) ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

STATE CORONA DEATH; ଆଉ ୬ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର: ଗତ କିଛିଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଯାହା ରାଜ୍ୟବାସୀଙ୍କ ପାଇଁ ଗୋଟିଏ ଭଲ ଖବର । ଆଜି(ଶୁକ୍ରବାର ) ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କଟକରୁ ତିନିଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡରୁ 3 ଜଣଙ୍କ ମୁଣ୍ତ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା 8163କୁ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩୯ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୭୭ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ରେ ପହଞ୍ଚିଛି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.