ETV Bharat / city

ରାଜ୍ୟରେ ସାତ ହଜାର ଡେଇଁଲା ମୃତ୍ୟୁସଂଖ୍ୟା - କୋରୋନା ମୃତ୍ୟୁ

ଆଜି(ମଙ୍ଗଳବାର) ରାଜ୍ୟରେ ଆଉ ୬୮ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୭ ହଜାର ପାର ହୋଇଛି । ଅଧିକ ପଢନ୍ତୁ...

ରାଜ୍ୟରେ ସାତ ହଜାର ଡେଇଁଲା ମୃତ୍ୟୁସଂଖ୍ୟା
ରାଜ୍ୟରେ ସାତ ହଜାର ଡେଇଁଲା ମୃତ୍ୟୁସଂଖ୍ୟା
author img

By

Published : Aug 17, 2021, 10:27 AM IST

ଭୁବନେଶ୍ବର: ରାଜ୍ୟରେ କମିବାର ନାଁ ନେଉନାହିଁ କୋରୋନା ମୃତ୍ୟୁ । ଦିନକୁ ଦିନ ଗଡିଚାଲିଛି ମୁଣ୍ଡ । ଆଜି(ମଙ୍ଗଳବାର) ରାଜ୍ୟରେ ଆଉ ୬୮ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କୋରୋନାଜନିତ ମୃତ୍ୟୁସଂଖ୍ୟା 7021କୁ ବୃଦ୍ଧି ହୋଇଛି ।

ଆଜିର ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୧୪ ଜଣ ଥିବାବେଳେ ଅନୁଗୋଳ ଓ ଜଗତସିଂହପୁରରୁ ୮ ଜଣ ଲେଖାଏଁ, ଯାଜପୁରରୁ ୭, ବାଲେଶ୍ବର ଓ କେନ୍ଦ୍ରାପଡ଼ାରୁ ୬ ଜଣ ଲେଖାଏଁ ଓ ଢେଙ୍କାନାଳ ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରୋଗୀଙ୍କର ମୃତ୍ୟୁ ହୋଇଛି ।

ଆଜି ୭୨୦ଟି ନୂଆ କେସ୍ ଆସିବା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୬ ହଜାର ୧୫୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୭୯ ହଜାର ୪୦୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୬୭୨ ଜଣ ଚିକିତ୍ସାଧୀନ ଅଛନ୍ତି । ଦୈନିକ ସଂକ୍ରମଣ କମିଲେ ବି ବିପଦ ଟଳିନାହିଁ । ମହାମାରୀ ସହିତ ମୁକାବିଲା ହେଲେ ସଚେତନତା ଓ ସତର୍କତା ହିଁ ଅସ୍ତ୍ର ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.