ETV Bharat / city

କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ: ଆଉ ୬୯ ମୃତ

author img

By

Published : Aug 25, 2021, 10:19 AM IST

ଆଜି(ବୁଧବାର) ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଇଛି ମହାମାରୀ । ଆଜିର ମୃତକଙ୍କୁ ମିଶାଇ ସଂଖ୍ୟା ୭୫୬୨କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ: ଆଜି ଆଉ ୬୯ ମୃତ

ଭୁବନେଶ୍ବର: ରାଜ୍ୟରେ କମୁନାହିଁ କୋରୋନା ଜନିତ ମୃତ୍ୟୁସଂଖ୍ୟା । ଦିନକୁ ଦିନ ଗଡି ଚାଲିଛି ମୁଣ୍ଡ । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ଅନୁସାରେ ସାତ ହଜାର ପାର ହେଲାଣି ମୃତ୍ୟୁସଂଖ୍ୟା । ଆଜି(ବୁଧବାର) ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଇଛି ମହାମାରୀ । ଆଜିର ମୃତକଙ୍କୁ ମିଶାଇ ସଂଖ୍ୟା ୭୫୬୨କୁ ବୃଦ୍ଧି ହୋଇଛି ।

ଆଜିର ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୫ ଜଣ, ଜଗତସିଂହପୁରରୁ ୨୧, ଢେଙ୍କାନାଳରୁ ୯ଜଣ ହୋଇଥିବା ବେଳେ ଖୋର୍ଦ୍ଧା ଓ ବାଲେଶ୍ବରରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାବାଦ ଅନୁଗୁଳ, ଗଞ୍ଜାମ ଓ ପୁରୀରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରୋଗୀଙ୍କ ଜୀବନ ନେଇଛି କିଲର କୋରୋନା ।

ବିଗତ କିଛି ଦିନରେ ଦୈନିକ ମୃତ୍ୟୁ ରିପୋର୍ଟରେ ଖୋର୍ଦ୍ଧା ଜିଲ୍ଲା ଆଗରେ ରହୁଥିଲା ହେଲେ ଲଗାତାର କିଛି ଦିନ ହେବ ଖୋର୍ଦ୍ଧାକୁ ପଛରେ ପକାଇ ଆଗରେ ରହିଛି କଟକ । ଆଜିର ରିପୋର୍ଟକୁ ମିଶାଇ କଟକରେ ସମୁଦାୟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୩କୁ ବୃଦ୍ଧି ହୋଇଛି । ଆଜି ଚିହ୍ନଟ ୮୮୭ ନୂଆ ଆକ୍ରାନ୍ତଙ୍କୁ ମିଶାଇ ୧୦ ଲକ୍ଷ ୩ ହଜାର ୨୧୦କୁ ବୃଦ୍ଧି ପାଇଛି ।

ସଂକ୍ରମଣ ହାର କମିଲେ ବି ବିପଦ ଟଳିନାହିଁ । ରାଜ୍ୟରେ କଟକଣା କୋହଳ କରାଯାଇଛି ସତ ହେଲେ ମହାମାରୀର ମୁକାବିଲା କରିବାକୁ ହେଲେ ଅଧିକରୁ ଅଧିକ ସତର୍କତା ଓ ସଚେତନ ହେବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.