ETV Bharat / city

ରାଜ୍ୟରୁ ଦିନକରେ ଆଖି ବୁଜିଲେ ଆଉ 3 କୋରୋନା ଆକ୍ରାନ୍ତ

ଲାଗାତାର ଦୁଇଦିନ ହେବ 5 ତଳେ ରହିଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି(ଶୁକ୍ରବାର) ରଜ୍ୟରେ ତିନିଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୩୦୧ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଆଜି ରାଜ୍ୟରୁ ଆଖି ବୁଜିଲେ ଆଉ 3 କୋରୋନା ଆକ୍ରାନ୍ତ

author img

By

Published : Oct 22, 2021, 1:47 PM IST

ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଭଲ ଖବର । କୋରୋନା ମୃତ୍ୟୁ ରିପୋର୍ଟରୁ ରାଜ୍ୟବାସୀଙ୍କୁ ଆଶ୍ବସ୍ତି । ଲଗାତାର ଦୁଇଦିନ ହେବ 5 ତଳେ ରହିଛି ଦୈନିକ ମୃତ୍ୟୁସଂଖ୍ୟା । ଆଜି(ଶୁକ୍ରବାର) ରଜ୍ୟରେ ତିନିଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୩୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ଖୋର୍ଦ୍ଧାରୁ ଏଯାବତ ୧୫୩୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁରରୁ ୩୧୫ ଜଣ ଓ କଟକରୁ ୮୫୨ ଜୀବନ ନେଇଛି ମହାମାରୀ କୋରୋନା । ରାଜ୍ୟରେ ମୃତ୍ୟୁସଂଖ୍ୟା କ୍ରମଶଃ ହ୍ରାସ ପାଇଛି ହେଲେ ପଜିଟିଭ ଦିନେ ବଢିଲେ ଦିନେ କମୁଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪୬୭ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮୬ ଜଣ 18 ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ ସଂକ୍ରମିତଙ୍କ ସଂଖ୍ୟା ରହିଛି । ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 3୭ ହଜାର ୫୨୩ରେ ପହଞ୍ଚିଛି । ଆଗକୁ ଶୀତ ଋତୁ ଥିବାରୁ ସଂକ୍ରମଣ ବଢିବା ଆଶଙ୍କା ରହିଛି ତେଣୁ ଅଧିକରୁ ଅଧିକ ସତର୍କ ରହିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.