ETV Bharat / city

Corona Death Report; ଦିନକରେ ଆଖି ବୁଜିଲେ ୩ ଆକ୍ରାନ୍ତ - ଡେଥ ରିପୋର୍ଟ

ଆଜି(ସୋମବାର) ରାଜ୍ୟରେ ଆଜି ଆଉ 3 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

୨୪ଘଣ୍ଟାରେ ଆଖି ବୁଜିଲେ ୩ ଆକ୍ରାନ୍ତ
୨୪ଘଣ୍ଟାରେ ଆଖି ବୁଜିଲେ ୩ ଆକ୍ରାନ୍ତ
author img

By

Published : Oct 25, 2021, 12:03 PM IST

ଭୁବନେଶ୍ବର: ଦୁଇ ଦିନ ହେବ 5 ତଳେ ରହିଛି କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ସୋମବାର) ରାଜ୍ୟରେ ଆଜି ଆଉ 3 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଭଦ୍ରକରେ ମୃତ୍ୟୁସଂଖ୍ୟା ୧୪୬ରେ ପହଞ୍ଚିଥିବାବେଳେ କେନ୍ଦୁଝରରେ ୧୭୨ ଓ ମୟୂରଭଞ୍ଜରେ ୨୭୯କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୭୧ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୩୬ କୁ ବୃଦ୍ଧି ପାଇଛି । ସଂକ୍ରମଣ ହାର କମ ହୋଇଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁରେ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ରହିଛି ପରାମର୍ଶ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.