ETV Bharat / city

Corona Death Report; ଦିନକରେ ଗଲା ୩ ଜୀବନ - କୋଭିଡ

ଆଜି(ସୋମବାର) ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୩୬କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

Corona Death Report; ଦିନକରେ ଗଲା ୩ ଜୀବନ
Corona Death Report; ଦିନକରେ ଗଲା ୩ ଜୀବନ
author img

By

Published : Nov 1, 2021, 11:33 AM IST

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ କୋରୋନାଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ଆଜି(ସୋମବାର) ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮୩୩୬କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ, ଆଜିର ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ବର ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଅନୁଗୋଳରେ ସମୁଦାୟ ମୃତ୍ୟୁସଂଖ୍ୟା ୩୯୪, ବାଲେଶ୍ବରରେ ୯୯୫ ହୋଇଥିବାବେଳେ ଗଞ୍ଜାମ ୪୭୮ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୧ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୭୩କୁ ବୃଦ୍ଧି ପାଇଛି । ସଂକ୍ରମଣ କମିଥିଲେ ମଧ୍ୟ ଦିନେ ବଢୁଛି ଦିନେ କମୁଛି । ମୃତ୍ୟୁସଂଖ୍ୟାର ସମାନ ସ୍ଥିତି ରହିଛି । ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.