ETV Bharat / city

ଦୁଇରୁ ତିନି ମାସରେ ଶେଷ ହେବ ଗୋପବନ୍ଧୁଙ୍କ ଜନ୍ମପୀଠ ବିକାଶ କାର୍ଯ୍ୟ - ଦୁଇରୁ ତିନି ମାସ ମଧ୍ୟରେ ଶେଷ ହେବ ସୁଆଣ୍ଡୋରେ ବିକାଶ କାର୍ଯ୍ୟ

ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ଯୋଜନାକୁ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ଆଜି ସୁଆଣ୍ଡୋ ଯାଇ ସେଠାରେ ଚାଲିଥିବା ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ

ଦୁଇରୁ ତିନି ମାସ ମଧ୍ୟରେ ଶେଷ ହେବ ସୁଆଣ୍ଡୋରେ ବିକାଶ କାର୍ଯ୍ୟ

author img

By

Published : Apr 16, 2022, 10:06 PM IST

Updated : Apr 16, 2022, 10:26 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ଯୋଜନାକୁ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ ଆଜି ସୁଆଣ୍ଡୋ ଯାଇ ସେଠାରେ ଚାଲିଥିବା ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରଥମେ ଭିକେ ପାଣ୍ଡିଆନ ଗୋପବନ୍ଧୁଙ୍କ ସଠି ଘରକୁ ଯାଇ ଉତ୍କଳମଣିଙ୍କ ପ୍ରତି ଶ୍ରଦ୍ଧା ନିବେଦନ କରିଥିଲେ । ଗୋପବନ୍ଧୁଙ୍କ ଦାୟାଦ ମାନଙ୍କୁ ଭେଟି ସେ ସ୍ମୁତି ପୀଠ ବିଷୟରେ ଆଲୋଚନା କରିଛନ୍ତି । ଉତ୍କଳମଣିଙ୍କ ଜନ୍ମ ପୀଠର ବିକାଶ ପାଇଁ ସରକାରଙ୍କ ପଦକ୍ଷେପର ସେମାନେ ଉଚ୍ଚ ପ୍ରଶଂସା କରିଛନ୍ତି ।

ଦୁଇରୁ ତିନି ମାସ ମଧ୍ୟରେ ଶେଷ ହେବ ସୁଆଣ୍ଡୋରେ ବିକାଶ କାର୍ଯ୍ୟ
ଦୁଇରୁ ତିନି ମାସ ମଧ୍ୟରେ ଶେଷ ହେବ ସୁଆଣ୍ଡୋରେ ବିକାଶ କାର୍ଯ୍ୟ

ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ସେ ଅଞ୍ଚଳର ଜନସାଧାରଣଙ୍କ ବହୁଦିନର ଦାବି ଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ହାତକୁ ନିଆଯାଇଥିବା ପୁନଃରୁଦ୍ଧାର କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମକୁ ଉନ୍ନତ ରାସ୍ତା, ପରିକ୍ରମା ରାସ୍ତା, ପାର୍କ, ମ୍ୟୁଜିଅମର ନିର୍ମାଣ କାର୍ଯ୍ୟକୁ 5ଟି ସଚିବ ବୁଲି ଦେଖିଛନ୍ତି । ଦୁଇରୁ ତିନିମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସୁଆଣ୍ଡୋରେ ନିର୍ମାଣ ହେଉଥିବା ପାର୍କିଂ ପ୍ଲେସ, ରିସେପସନ ସେଣ୍ଟର ତଥା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ସେ ବୁଲି ଦେଖିଛନ୍ତି । ଏହା ସହ ଗୋପବନ୍ଧୁଙ୍କ ସ୍ମୃତି ବହନ କରୁଥିବା ବିଭିନ୍ନ ସାମଗ୍ରୀକୁ ନେଇ ମ୍ୟୁଜିଅମ ଏବଂ ପୋଖରୀ ଆଦିରେ ଚାଲିଥିବା ବିକାଶ କାମ ଅନୁଧ୍ୟାନ କରିଛନ୍ତି । ସୁଆଣ୍ଡୋରେ ଗୋପବନ୍ଧୁଙ୍କ ପନ୍ଦର ଫୁଟ ଉଚ୍ଚର ଏକ ବ୍ରୋଞ୍ଚ ପ୍ରତିମୂର୍ତ୍ତି ସ୍ଥାପନ ନେଇ ସେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ।

ପ୍ରାୟ 24 କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଛି ଏହି ସମସ୍ତ ପ୍ରକଳ୍ପ । ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ଶୀଘ୍ର ଏବଂ ସୁଚାରୁ ରୂପେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏ ଦିଗରେ ଗ୍ରାମବାସୀଙ୍କ ସହଯୋଗ ମଧ୍ୟ ସେ କାମନା କରିଛନ୍ତି । ଦୀର୍ଘ 50 ବର୍ଷ ପରେ ସୁଆଣ୍ଡୋ ଗ୍ରାମର ଏଭଳି ଉନ୍ନତି କରଣ କାର୍ଯ୍ୟ କରାଯାଉଥିବା ନେଇ ସୁଆଣ୍ଡୋ ବାସୀ ଖୁସି ଅଛନ୍ତି । ସରକାରଙ୍କ ଏଭଳି ପ୍ରଚେଷ୍ଟାକୁ ସାଧୁବାଦ ଜଣାଇଛନ୍ତି । ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଓଡିଆ ଜାତିର ଗର୍ବ ଓ ଗୌରବ । ଓଡିଆ ଜାତି ପାଇଁ ତାଙ୍କ ତ୍ୟାଗକୁ ଏ ଜାତି କେବେ ଭୁଲି ପାରିବ ନାହିଁ । ତାଙ୍କ ଜନ୍ମସ୍ଥାନ ପ୍ରତି ଓଡିଆଙ୍କର ତୀର୍ଥ କ୍ଷେତ୍ର ।

ଗୋପବନ୍ଧୁଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମକୁ କେବଳ ଏକ ପର୍ଯ୍ୟଟନ ସ୍ଥଳୀ ନୁହେଁ । ଏକ ଜ୍ଞାନର କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କାମ ଆରମ୍ଭ ହୋଇଛି । ଉତ୍କଳମଣିଙ୍କ ତ୍ୟାଗପୁତ ଜୀବନ ଓ ଆଦର୍ଶର ପ୍ରଚାର ପ୍ରସାରରେ ମଧ୍ୟ ସହାୟକ ହେବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Apr 16, 2022, 10:26 PM IST

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.