ETV Bharat / city

ଖୁବଶୀଘ୍ର ସୀମା ବିବାଦ ସମାଧାନ ନେଇ ଟ୍ଵିଟ୍ କଲେ କେନ୍ଦ୍ରମନ୍ତ୍ରୀ, ଭେଟିବେ ନବୀନ-ଜଗନ - Andhra CM

ସୀମା ବିବାଦକୁ ନେଇ ଆନ୍ଧ୍ର ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ପରସ୍ପରକୁ ସାକ୍ଷାତ କରିବାକୁ ଯାଉଛନ୍ତି । ତେବେ ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି ସମସ୍ୟାର ସମାଧାନ ହେବ ବୋଲି ଆଶା ରଖିଥିବା କହିଛନ୍ତି । ଅଧିକ ପଢନ୍ତୁ...

ସୀମା ବିବାଦ: ଆନ୍ଧ୍ର-ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ଵିଟ୍

author img

By

Published : Nov 8, 2021, 2:51 PM IST

Updated : Nov 8, 2021, 3:24 PM IST

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ୍ କାର୍ଯ୍ୟକ୍ରମକୁ ନେଇ ଟ୍ବିଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ସାକ୍ଷାତରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଦ୍ବାରା ସୀମା, ଭାଷା ଏବଂ ଜଳ ବିବାଦର ଆପୋଷ ସମାଧାନର ବାଟ ବାହାରିବ ବୋଲି ଧର୍ମେନ୍ଦ୍ର ଆଶାବ୍ୟକ୍ତ କରିଛନ୍ତି ।

ସୀମା ବିବାଦ: ଆନ୍ଧ୍ର-ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ଵିଟ୍
ସୀମା ବିବାଦ: ଆନ୍ଧ୍ର-ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ଵିଟ୍

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟ୍ଵିଟ୍ କରିଛନ୍ତି ଯେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ରହିଥିବା ସେ ଗଣମାଧ୍ୟମରୁ ଜାଣିବାକୁ ପାଇଲେ । ଏହି ବୈଠକରେ ସୀମା, ଭାଷା ଓ ଜଳ ବିବାଦ ସହ ଅନ୍ୟାନ୍ୟ ଗୁରୁତ୍ଵପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ । ସେ ଦୃଷ୍ଟିରୁ ଏହି ବୈଠକ ଗୁରୁତ୍ଵପୂର୍ଣ୍ଣ । ଗତ ସେପ୍ଟେମ୍ବର ୨୨ରେ ସେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ସୀମା ବିବାଦ ଏବଂ ଗତ ଅକ୍ଟୋବର ୧ ତାରିଖରେ ଓଡ଼ିଆ ଭାଷାର ସୁରକ୍ଷା ପାଇଁ ପତ୍ର ଲେଖିଥିଲେ ।

ପରବର୍ତ୍ତୀ ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ସୀମା ବିବାଦ ବିଷୟରେ ଅବଗତ କରାଇଥିଲେ । ଗଣତନ୍ତ୍ରରେ ଆପୋଷ ବୁଝାମଣା ଏବଂ ଆଲୋଚନା ମାଧ୍ୟମରେ ଅନେକ ବିବାଦର ସମାଧାନ ହୋଇପାରିଛି । ଦୁଇ ରାଜ୍ୟ ମଧ୍ୟରେ ସର୍ବୋଚ୍ଚ ରାଜନୈତିକ ସ୍ତରରେ ହେଉଥିବା ଆଲୋଚନା ମାଧ୍ୟମରେ ସମାଧାନର ବାଟ ବାହାରିବ ବୋଲି କେନ୍ଦ୍ରମନ୍ତ୍ରୀ ଆଶା କରିଛନ୍ତି । ସୂଚନା ଥାଉ କି ଗତ ସେପ୍ଟେମ୍ବର ୨୨ ତାରିଖରେ ଏବଂ ଓଡ଼ିଶା ସୀମାବର୍ତ୍ତୀ ଜିଲ୍ଲା କୋରାପୁଟ ଏବଂ ଗଜପତିରେ ଗାଁକୁ ନେଇ ସୃଷ୍ଟି ହୋଇଥିବା ବିବାଦର ଆପୋଷ ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ ।

ଓଡିଶାବାସୀଙ୍କ ସ୍ବାର୍ଥ ଦୃଷ୍ଟିରୁ ଆନ୍ଧ୍ର ଏବଂ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଦ୍ଵିପାକ୍ଷିକ ଆଲୋଚନା ଓ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ କିମ୍ବା ଉନ୍ନୟନ କମିଶନରଙ୍କ ସ୍ତରରେ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବା ସହ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର କିଛି ପ୍ରସ୍ତାବ ଦେଇଥିଲେ । ସେହିପରି ଅକ୍ଟୋବର ପହିଲାରେ ମଧ୍ୟ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନ୍ୟ ଏକ ପୃଥକ ପତ୍ର ଲେଖି ଆନ୍ଧ୍ରପ୍ରଦେଶର ସୀମାନ୍ତବର୍ତ୍ତୀ ଗ୍ରାମ ଗୁଡ଼ିକରେ ଓଡିଆ ଭାଷାଭିତ୍ତିକ ଶିକ୍ଷା ସମ୍ବନ୍ଧୀୟ ସମସ୍ୟାର ସମାଧାନ ପାଇଁ ଅନୁରୋଧ କରିଥିଲେ ।

ଓଡ଼ିଶା, ଆନ୍ଧ୍ର ସୀମାରେ ଥିବା ଗାଁର ସଂଖ୍ୟାଲଘୁ ଛାତ୍ରଛାତ୍ରୀଙ୍କ ସ୍ଵାର୍ଥ ଦୃଷ୍ଟିରେ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରନ୍ତୁ ଏବଂ ତ୍ଵରିତ ପଦକ୍ଷେପ ନେଇ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ବୁଝାମଣା କରିବାକୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଥିଲେ । ଏହାବ୍ୟତିତ କେନ୍ଦ୍ରମନ୍ତ୍ରୀ ଅନେକ ସମୟରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ମଧ୍ୟ ଓଡ଼ିଶା ଓ ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ବ୍ୟକ୍ତିଗତ ସ୍ତରରେ ପଦକ୍ଷେପ ନେବା ପାଇଁ ବାରମ୍ବାର ଅନୁରୋଧ କରିଛନ୍ତି ।

ଗତ ୨୦୧୮ ଏପ୍ରିଲ ୯ ତାରିଖରେ ମଧ୍ୟ କେନ୍ଦ୍ରମନ୍ତ୍ରୀ କୋରାପୁଟ ଜିଲ୍ଲା ଗସ୍ତରେ ଯାଇ କୋଟିଆ ଗ୍ରାମର ଲୋକମାନଙ୍କ ସହିତ ଆଲୋଚନା କରିଥିଲେ । ସେତେବେଳେ ରାଜ୍ୟ ସରକାରଙ୍କୁ ଆପୋଷ ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପରାମର୍ଶ ଦେଇଥିଲେ ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

Last Updated : Nov 8, 2021, 3:24 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.