ETV Bharat / city

ବିରୋଧୀ ନେତାଙ୍କ ସ୍ବର ଚାପିବାକୁ ଆଇନର ଅପବ୍ୟବହାର କରୁଛନ୍ତି ସରକାର: ଧର୍ମେନ୍ଦ୍ର ପ୍ରଧାନ - ବିଜେପି ନେତା ଗିରଫ ମାମଲାର ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫଦାରୀ ନେଇ ଟ୍ୱିଟ କରି ପ୍ରତିକ୍ରିୟା ରଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ବିରୋଧୀ ଦଳ ନେତାଙ୍କ ସ୍ବର ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି ସରକାର: ଧର୍ମେନ୍ଦ୍ର ପ୍ରଧାନ

author img

By

Published : May 1, 2022, 6:52 PM IST

ଭୁବନେଶ୍ବର: ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫଦାରୀ ନେଇ ଟ୍ୱିଟ କରି ପ୍ରତିକ୍ରିୟା ରଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଘଟଣାରେ ଚିନ୍ତାପ୍ରକଟ କରିବା ସହ ବିରୋଧୀ ଦଳର ନେତାମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର ଗଣତନ୍ତ୍ର ପାଇଁ ବିପଦଜନକ ବୋଲି କହିଛନ୍ତି ଧର୍ମେନ୍ଦ୍ର ।

  • କିନ୍ତୁ କିଛି ସରକାରୀ ଅଧିକାରୀ ନିଜର କର୍ତ୍ତବ୍ୟ ଓ ଦାୟିତ୍ୱକୁ ସୁଚାରୁରୂପେ ପାଳନ ନ କରି ଦଳୀୟ ଆଧାରରେ କାର୍ଯ୍ୟ କରି ଜନତାଙ୍କ ସମସ୍ୟାକୁ ଅଣଦେଖା କରିବା ସହ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି ; ଯାହାଫଳରେ ଜନଅସନ୍ତୋଷ ଦେଖାଯାଉଛି । ଏହାର ଏକ ଉଦାହରଣ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ଗିରଫଦାରୀ ।

    — Dharmendra Pradhan (@dpradhanbjp) May 1, 2022 " class="align-text-top noRightClick twitterSection" data=" ">
ଧର୍ମେନ୍ଦ୍ର ଟ୍ବିଟ୍‌ରେ ଲେଖିଛନ୍ତି ଯେ, ''ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ । ଜଣେ ଜନପ୍ରତିନିଧିଙ୍କର ଦାୟିତ୍ୱ ହେଉଛି ଜନସାଧାରଣଙ୍କ କାର୍ଯ୍ୟ କରିବା ଓ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବା । ଏଥିରେ ବାଧା ସୃଷ୍ଟି କରାଯିବା ଅନୁଚିତ୍ । ଜନପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ହିଁ ସାଧାରଣ ଲୋକଙ୍କ କାର୍ଯ୍ୟ ସହଜ ହୋଇଥାଏ । କିନ୍ତୁ କିଛି ସରକାରୀ ଅଧିକାରୀ ନିଜର କର୍ତ୍ତବ୍ୟ ଓ ଦାୟିତ୍ୱକୁ ସୁଚାରୁରୂପେ ପାଳନ ନ କରି ଦଳୀୟ ଆଧାରରେ କାର୍ଯ୍ୟ କରି ଜନତାଙ୍କ ସମସ୍ୟାକୁ ଅଣଦେଖା କରିବା ସହ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି । ଯାହାଫଳରେ ଜନଅସନ୍ତୋଷ ଦେଖାଯାଉଛି ।''

ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫଦାରୀ ଏହାର ଏକ ଉଦାହରଣ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଜନସାଧାରଣଙ୍କ ସମସ୍ୟାକୁ ସମାଧାନ କରିବାକୁ ଯାଇ ବିଧାୟକ ପାଣିଗ୍ରାହୀ ଗିରଫ ହେବା ଅନେକ ପ୍ରଶ୍ନ ସୃଷ୍ଟି କରୁଛି । କିଛି ଅଧିକାରୀମାନେ ନିଜର କାର୍ଯ୍ୟଶୈଳୀକୁ ନ ସୁଧାରି ବିରୋଧୀ ଦଳର ନେତାମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି, ଯାହା ଗଣତନ୍ତ୍ର ପାଇଁ ବିପଦଜନକ ବୋଲି କହିଛନ୍ତି ଧର୍ମେନ୍ଦ୍ର ।

ଭୁବନେଶ୍ବରରୁ ମନୋରଞ୍ଜନ ଖଙ୍ଖୁଆ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.