ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ବୁଲବୁଲ କ୍ଷତିଗ୍ରସ୍ତ ଓଡିଶାକୁ କେନ୍ଦ୍ରସରକାର ୫୫୨ କୋଟି ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାମାଜିକ ଗଣମାଧ୍ୟମରେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହ ଓଡିଶାବାସୀଙ୍କ ଆବଶ୍ୟକତାକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି ।
ଯେଉଁଥିପାଇଁ ତାଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । କେନ୍ଦ୍ର ସରକାରଙ୍କ ଦ୍ବାରା ଘୋଷଣା କରାଯାଇଥିବା ୫୫୨ କୋଟି ଟଙ୍କା ବୁଲବୁଲରେ କ୍ଷତିଗ୍ରସ୍ତ ସ୍ଥିତିକୁ ସୁଦୃଢ କରିପାରିବ । ବାତ୍ୟା ବୁଲବୁଲ ପ୍ରଭାବରେ କ୍ଷତିଗ୍ରସ୍ତ ଜୀବନ ଜୀବିକାର ପୁନଃଉଦ୍ଧାର କାର୍ଯ୍ୟରେ ଏହା ସହାୟକ ହେବ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ