ଭୁବନେଶ୍ବର: ଆୟୁଷ୍ମାନ ଯୋଜନାକୁ ଓଡ଼ିଶାରେ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନରେ ଘରୋଇ ସ୍ବାସ୍ଥ୍ୟସେବା ବଢ଼ିବାରେ ଲାଗିଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଆୟୁଷ୍ମାନ ଯୋଜନା ଉପରେ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଯାହା ଫଳରେ ଗରିବ ଲୋକମାନଙ୍କୁ ସ୍ବାସ୍ଥ୍ୟ କ୍ଷେତ୍ରରେ ସୁବିଧା ସୁଯୋଗ ମିଳିବ ବୋଲି ସେ କହିଥିଲେ ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ