ETV Bharat / city

ରାଜ୍ୟରେ ପ୍ରତିଷ୍ଠା ହେବ 6 ପ୍ଳାନେଟୋରିଅମ ଓ ପ୍ରତି ଜିଲ୍ଲାରେ ହେବ ଜିଲ୍ଲା ବିଜ୍ଞାନ କେନ୍ଦ୍ର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହା ସହ ରାଜ୍ୟରେ ପ୍ରତିଷ୍ଠା ହେବ 6 ପ୍ଳାନେଟୋରିଅମ ଓ ପ୍ରତି ଜିଲ୍ଲାରେ ହେବ ଜିଲ୍ଲା ବିଜ୍ଞାନ କେନ୍ଦ୍ର । ଅଧିକ ପଢନ୍ତୁ…

author img

By

Published : Mar 3, 2021, 6:27 PM IST

Updated : Mar 3, 2021, 9:08 PM IST

Digital Planetarium to set up in Rayagad
ରାୟଗଡାରେ ପ୍ରତିଷ୍ଠା ହେବ ଡିଜିଟାଲ ପ୍ଳାନେଟୋରିୟମ,କୋରାପୁଟରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଛାତ୍ରଛାତ୍ରୀ ମାନଙ୍କୁ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତି ନେଇ ଜୀବନରେ ଆଗକୁ ବଢିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିଅମ ଅଛି । ଏହାସହିତ ଆଉ 6 ଟି ପ୍ଲାନେଟାରିଅମ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । 30 ଟି ଜିଲ୍ଲାରେ ମଧ୍ୟ 30 ଟି ଜିଲ୍ଲା ବିଜ୍ଞାନ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ଏଥିପାଇଁ 100 କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭୁବନେଶ୍ବରର ପଠାଣୀ ସାମନ୍ତ ପ୍ଲାନେଟାରିଅମ୍‌କୁ ଏକ 3-D ପ୍ଲାନେଟାରିଅମରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ବିଜ୍ଞାନ ବିନା ଆଜି ଜୀବନଯାପନ କରିବା ସମ୍ଭବ ନୁହେଁ । ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି, ତେବେ ଏହା ହେଉଛି ବିଜ୍ଞାନର ଅବଦାନ । ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟରେ ପ୍ରତିଷ୍ଠା ହେବ 6 ପ୍ଳାନେଟୋରିଅମ ଓ ପ୍ରତି ଜିଲ୍ଲାରେ ହେବ ଜିଲ୍ଲା ବିଜ୍ଞାନ କେନ୍ଦ୍ର
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ଆଜି ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି (ନଲେଜ ଇକୋନୋମି) ଦିଗରେ ଅଗ୍ରସର ହେଉଛି । ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରଛାତ୍ରୀ ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତି, ଅନୁସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟ ସରକାର ଓଡିଶାରେ ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା, ଇଞ୍ଜିନିୟରିଂ ଓ ଗଣିତ ଶିକ୍ଷାରେ ଅଧିକରୁ ଅଧିକ ଛାତ୍ରଛାତ୍ରୀ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜ୍ଞାନ ଶିକ୍ଷା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପ ଦ୍ବାରା ସମାଜରେ ବୈଜ୍ଞାନିକ ମନୋଭାବ ବୃଦ୍ଧି ପାଇବା ସହିତ ପିଲାମାନଙ୍କ ମଧ୍ୟରେ ତର୍କସଙ୍ଗତ ଚିନ୍ତାଧାରା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି ଯେ, ବିକାଶର ଧାରାରେ ବିଜ୍ଞାନର ସହାୟତା ସବୁବେଳେ ଜରୁରୀ । ରାୟଗଡାରେ ପ୍ଲାନେଟାରିଅମ୍‌ ସ୍ଥାପନ ଦ୍ବାରା ସ୍ଥାନୀୟ ପିଲାମାନଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା ବୃଦ୍ଧି ପାଇବ ।

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟରେ ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି ।ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ଲାନେଟାରିଅମ୍‌ ଓ ଜିଲ୍ଲା ଗୁଡିକରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି ।ଭୁବନେଶ୍ବରର ପ୍ଲାନେଟାରିଅମ୍‌କୁ ଆହୁରି ବଡ କରାଯାଇ ଏଥିରେ ୧୨୦ ଜଣ ବସିବାର ବ୍ୟବସ୍ଥା କରାଯାଉଛି । ସେହିପରି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି ଯେ, ଜୟପୁରରେ ପ୍ଲାନେଟାରିଅମ୍‌ ପ୍ରତିଷ୍ଠା ସମଗ୍ର କୋରାପୁଟ ଜିଲ୍ଲା ପାଇଁ ଖୁସିର କଥା । ଆଧୁନିକ ସମାଜରେ ବିଜ୍ଞାନଭିତ୍ତିକ ଜୀବନଶୈଳୀ ବହୁତ ଜରୁରୀ ।

ଏହି ପଦକ୍ଷେପ ଦ୍ବାରା ବିଜ୍ଞାନ କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କ ଅଗ୍ରହ ବୃଦ୍ଧି ପାଇବ । ଏହି କାର୍ଯ୍ୟକ୍ରମରେ ପ୍ଲାନେଟାରିଅମ ଓ ଜିଲ୍ଲା ବିଜ୍ଞାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଏନ୍‌. ଭାସ୍କର ରାଓ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ,ଇଟିଭି ଭାରତ

Last Updated : Mar 3, 2021, 9:08 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.