ETV Bharat / city

ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ: ଓଡ଼ିଶା ଆସୁଛନ୍ତି ମହାରାଷ୍ଟ୍ରର ୫୦ ଛାତ୍ରଛାତ୍ରୀ - ଭୁବନେଶ୍ବର ଖବର

ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ସାରା ଦେଶରେ ଜାରି ରହିଛି ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ । ଅଧିକ ପଢ଼ନ୍ତୁ

Etv Bharatଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ : ଓଡ଼ିଶା ଆସୁଛନ୍ତି ମହାରାଷ୍ଟ୍ରର ୫୦ ଛାତ୍ରଛାତ୍ରୀ

author img

By

Published : Sep 18, 2022, 10:29 PM IST

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ସାରା ଦେଶରେ ଜାରି ରହିଛି ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଭିଯାନ । ଏହି ଅଭିଯାନ ଅଧୀନରେ ବିଭିନ୍ନ ରାଜ୍ୟ ମଧ୍ୟରେ ସମ୍ପର୍କକୁ ଅଧିକ ନିବିଡ଼ କରିବା ଉଦ୍ଦେଶ୍ୟରେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଭିଯାନ ଜରିଆରେ ଯୋଡ଼ି ହୋଇଥିବା ମହାରାଷ୍ଟ୍ର ଏବଂ ଓଡ଼ିଶା ମଧ୍ୟରେ ଛାତ୍ର ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି କ୍ରମରେ ମହାରାଷ୍ଟ୍ର ନଭି ମୁମ୍ବାଇର ଖାରଘରସ୍ଥିତ ଜବାହର ଏଜୁକେସନ ସୋସାଇଟିର ଏ.ସି ପାଟିଲ କଲେଜ ଅଫ୍‌ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନର ୫୦ ଜଣ ଛାତ୍ରଛାତ୍ରୀ ଓ ୪ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ଏମାନଙ୍କ ମଧ୍ୟରେ ୨୫ ଜଣ ସ୍କୁଲ ଏବଂ ୨୫ ଜଣ ଉଚ୍ଚ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ରହିଛନ୍ତି । ଆସନ୍ତା କାଲି ଅର୍ଥାତ ୧୯ରୁ ୨୩ ସେପ୍ଟେମ୍ବର, ୨୦୨୨ ପର୍ଯ୍ୟନ୍ତ ଏମାନେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଛାତ୍ରଛାତ୍ରୀ କୋଣାର୍କ ଏକ୍ସପ୍ରେସରେ ୧୭ ତାରିଖରେ ମୁମ୍ବାଇରୁ ବାହାରି ୧୮ ତାରିଖରେ ଭୁବନେଶ୍ବର ପହଞ୍ଚିବେ ।

ଏହାପରେ ସେମାନେ ଭୁବନେଶ୍ବରସ୍ଥିତ ଗାନ୍ଧୀ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଜିଆଇଏଫଟି) ପରିଦର୍ଶନ କରିବେ । ଏଥିସହିତ ପୁରୀ, କୋଣାର୍କ ଏବଂ ଭୁବନେଶ୍ବରର ବିଭିନ୍ନ ଦର୍ଶନୀୟ ସ୍ଥାନ ମଧ୍ୟ ବୁଲି ଦେଖିବେ । ମହାରାଷ୍ଟ୍ର ଏବଂ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତବିନିମୟ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।

ଉଭୟ ପରସ୍ପରର କଳା, ସଂସ୍କୃତି, ପରମ୍ପରା, ଖାଦ୍ୟ ପାନୀୟ, ଶିକ୍ଷା ପଦ୍ଧତି ଆଦି ସମ୍ପର୍କରେ ଜାଣିବାର ସୁଯୋଗ ପାଇବେ । ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ ଅଧୀନରେ ପୂର୍ବରୁ ମଧ୍ୟ ଓଡ଼ିଶା ଏବଂ ମହାରାଷ୍ଟ୍ର ମଧ୍ୟରେ ଛାତ୍ର ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇସାରିଛି । ସୂଚନାନୁସାରେ ଆସନ୍ତାକାଲି ଠାରୁ ସମଗ୍ର ଭାରତରେ ଆରମ୍ଭ ହେବ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ।

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ୧୮ଦିନ ଧରି ଚାଲିବାକୁ ଥିବା ଏହି ଅଭିଯାନ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ‘ଏକ ଭାରତ ଶ୍ରେଷ୍ଠ ଭାରତ’, ଜାତୀୟ ସଂହତିର ଭାବ ଉଦ୍ରେକ କରିବାସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମ୍ପର୍କକୁ ଅଧିକଦୃଢୀଭୂତ କରିବ । ଏହି କାର୍ଯ୍ୟକ୍ରମ ଲୋକମାନଙ୍କ ମଧ୍ୟରେ, ଦେଶର ବିବିଧତା ମଧ୍ୟରେ ଏକତାର ଏକ ନିଆରା ଉତ୍ସବ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମ ଦ୍ୱାରା ଦେଶର ଲୋକମାନଙ୍କ ମଧ୍ୟରେ ପାରମ୍ପରିକ ଆବେଗ ସୃଷ୍ଟିି କରିପାରିବ । ଦେଶର ୩୬ଟି ରାଜ୍ୟ ଓ ୬ଟି କେନ୍ଦ୍ରଶାସିତ ଅଞ୍ଚଳର ଉଚ୍ଚ ଐତିହ୍ୟ, ସଂସ୍କୃତି, ପ୍ରଥା ପରମ୍ପରା ‘ଏକ ଭାରତ-ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.