ଭୁବନେଶ୍ବର: ଆସନ୍ତାକାଲି(ଶନିବାର) ଜିଲ୍ଲାପାଳ ଓ ଏସ୍ପିମାନଙ୍କ ସହ ଆଲୋଚନା କରିବେ ରାଜ୍ୟ ନିର୍ବାଚନ ଅୟୋଗ । ପଞ୍ଚାୟତ ନିର୍ବାଚନ ନେଇ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସମସ୍ତ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ରାଜସ୍ୱ କମିଶନର, ରେଞ୍ଜ ଆଇଜି/ଡିଆଇଜିମାନଙ୍କ ସହ ଆଲୋଚନା କରିବେ ।
ପୂର୍ବାହ୍ନ 10.30 ଓସ୍ୱାନ୍ ଭବନରେ ବସିବ ବୈଠକ । ରାଜ୍ୟ ଓସ୍ୱାନ୍ ସମ୍ମିଳନୀ କକ୍ଷରେ ନିର୍ବାଚନ କମିଶନରଙ୍କ ସହ ମୁଖ୍ୟ ଶାସନ ସଚିବ, ପୋଲିସ୍ ଡିଜି, ଉନ୍ନୟନ କମିଶନର, ଗୃହ ସଚିବ, ସ୍ୱାସ୍ଥ୍ୟ ସଚିବ ଓ ପଞ୍ଚାୟତିରାଜ ସଚିବ ପ୍ରମୁଖ ଉପସ୍ଥିତ ରହିବେ । ସେହିପରି ଜିଲ୍ଲା ଓସ୍ୱାନ୍ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ, ଡିସିପି, ରାଜସ୍ୱ କମିଶନର, ରେଞ୍ଜ ଆଇଜି/ଡିଆଇଜି ପ୍ରମୁଖ ଉପସ୍ଥିତ ରହିବେ ।
ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନକୁ ଅବାଧ, ସ୍ୱଚ୍ଛ ଓ ନିରାପଦ କରିବା ସହ ସୁରୁଖୁରୁରେ ନିର୍ବାଚନ ପରିଚାଳନା, ଆଇନଶୃଙ୍ଖଳା ରକ୍ଷା, ନିର୍ବାଚନ ସମୟରେ ରାଜ୍ୟରେ କୋଭିଡ୍ ମଧ୍ୟରେ କିପରି ଭାବରେ ନିରାପଦ ନିର୍ବାଚନ ହୋଇପାରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ