ଭୁବନେଶ୍ବର: ‘ସମାଜ’ର ପୂର୍ବତନ ସମ୍ପାଦିକା, ସାହିତ୍ୟିକ ତଥା ବିଶିଷ୍ଟ ଶିକ୍ଷାବିତ୍ ମନୋରମା ମହାପାତ୍ରଙ୍କ ପରଲୋକ । ସେ କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ 87 ବର୍ଷ ବୟସ ହୋଇଥିଲା ।
ଜଣେ ଶିକ୍ଷାବିତ୍, ସାହିତ୍ୟିକ, ସାମ୍ବାଦିକା ତଥା ସୁବକ୍ତା ଭାବରେ ସ୍ବର୍ଗତ ମହାପାତ୍ର ଓଡିଆ ସାରସ୍ବତ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିଲେ। ବିଭିନ୍ନ ସାମାଜିକ ସମସ୍ୟା, ବିଶେଷକରି ନାରୀମାନଙ୍କ ଅଧିକାର ଓ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସମାଜର ସମ୍ପାଦିକା ଭାବରେ ସେ ସାମ୍ବାଦିକତା କ୍ଷେତ୍ରରେ ଉଚ୍ଚ ଆଦର୍ଶ ବଜାୟ ରଖିଥିଲେ। ଲୋକସେବକ ମଣ୍ଡଳର ସଦସ୍ୟ ଭାବରେ ସମାଜ ସେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କର ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି।
-
ମାନ୍ୟବର ରାଜ୍ୟପାଳ ବିଶିଷ୍ଟ ଶିକ୍ଷାବିତ୍, କବି, ଲେଖିକା, ବାଗ୍ମୀ ଓ ସାମ୍ବାଦିକା ମନୋରମା ମହାପାତ୍ରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କୁ ଜଣେ ବିରଳ ବିଦୁଷୀ ଭାବରେ ବର୍ଣ୍ଣନା କରି ତାଙ୍କ ବିୟୋଗରେ ଓଡ଼ିଶାର ସାଂସ୍କୃତିକ ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି କହିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି l
— Governor Odisha (@GovernorOdisha) September 18, 2021 " class="align-text-top noRightClick twitterSection" data="
">ମାନ୍ୟବର ରାଜ୍ୟପାଳ ବିଶିଷ୍ଟ ଶିକ୍ଷାବିତ୍, କବି, ଲେଖିକା, ବାଗ୍ମୀ ଓ ସାମ୍ବାଦିକା ମନୋରମା ମହାପାତ୍ରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କୁ ଜଣେ ବିରଳ ବିଦୁଷୀ ଭାବରେ ବର୍ଣ୍ଣନା କରି ତାଙ୍କ ବିୟୋଗରେ ଓଡ଼ିଶାର ସାଂସ୍କୃତିକ ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି କହିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି l
— Governor Odisha (@GovernorOdisha) September 18, 2021ମାନ୍ୟବର ରାଜ୍ୟପାଳ ବିଶିଷ୍ଟ ଶିକ୍ଷାବିତ୍, କବି, ଲେଖିକା, ବାଗ୍ମୀ ଓ ସାମ୍ବାଦିକା ମନୋରମା ମହାପାତ୍ରଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କୁ ଜଣେ ବିରଳ ବିଦୁଷୀ ଭାବରେ ବର୍ଣ୍ଣନା କରି ତାଙ୍କ ବିୟୋଗରେ ଓଡ଼ିଶାର ସାଂସ୍କୃତିକ ଜଗତରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି କହିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି l
— Governor Odisha (@GovernorOdisha) September 18, 2021
ସ୍ବର୍ଗତ ମହାପାତ୍ରଙ୍କୁ ଜଣେ ବିରଳ ବିଦୁଷୀ ଭାବରେ ବର୍ଣ୍ଣନା କରିବା ସହ ତାଙ୍କ ଅବର୍ତ୍ତମାନ ଓଡ଼ିଶାର ସାଂସ୍କୃତିକ ଜଗତରେ ଏକ ଶୂନ୍ୟସ୍ଥାନ ବୋଲି କହି ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଓଡିଶା ଜଣେ ବାଗ୍ମୀ ତଥା ମହିୟସୀ ମହିଳାଙ୍କୁ ହରାଇଲା ବୋଲି କହିଛନ୍ତି । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
-
ବିଶିଷ୍ଟ ସାହିତ୍ୟିକା ତଥା ଦୈନିକ ସମ୍ବାଦପତ୍ର ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାମ୍ବାଦିକତା ସହ ସମାଜସେବା, ଶିକ୍ଷା ଓ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) September 18, 2021 " class="align-text-top noRightClick twitterSection" data="
">ବିଶିଷ୍ଟ ସାହିତ୍ୟିକା ତଥା ଦୈନିକ ସମ୍ବାଦପତ୍ର ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାମ୍ବାଦିକତା ସହ ସମାଜସେବା, ଶିକ୍ଷା ଓ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) September 18, 2021ବିଶିଷ୍ଟ ସାହିତ୍ୟିକା ତଥା ଦୈନିକ ସମ୍ବାଦପତ୍ର ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାମ୍ବାଦିକତା ସହ ସମାଜସେବା, ଶିକ୍ଷା ଓ ନାରୀ ସଶକ୍ତିକରଣ କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) September 18, 2021
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଭବାନୀ ଶଙ୍କର ଦାସ , କଟକରୁ ପ୍ରଭୁ କଲ୍ୟାଣ ପାଲ, ଇଟିଭି ଭାରତ