ଭୁବନେଶ୍ବର: ବିଜୁଳି ଦର ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ମନ୍ତ୍ରୀ କହିଛନ୍ତି ଯେ, ବିଧାନସଭାର ଆବେଗ ନିଶ୍ଚିତ ଭାବେ ପୁନଃବିଚାର ପାଇଁ OERCଙ୍କ ନିକଟରେ ଆବେଦନ କରାଯିବ ।
କୋଇଲା, ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧି ହୋଇଛି ଏବଂ ବିଜୁଳି ଦର ବୃଦ୍ଧି ନିଷ୍ପତ୍ତି ସମ୍ପୂର୍ଣ୍ଣ ଭାବେ ଓଇଆରସି ନେବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ଏହା ଉପରେ ସମ୍ପୂର୍ଣ୍ଣ ନିଷ୍ପତ୍ତି OERC ନେବ ବୋଲି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ପ୍ରତିକ୍ରିୟା ରଖିଛନ୍ତି ।
ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ