ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି; ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା 11% ବୃଦ୍ଧି - government employees

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି । ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା 11% ବୃଦ୍ଧି । ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ । ଅଧିକ ପଢନ୍ତୁ...

ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି; ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା 11% ବୃଦ୍ଧି

author img

By

Published : Oct 8, 2021, 12:01 PM IST

Updated : Oct 8, 2021, 12:18 PM IST

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୂଜା ଭେଟି । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ 11% ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା 17%ରୁ ବଢ଼ି 28%ରେ ପହଞ୍ଚିଛି ।

ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ । ଅକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ 1/7/2021ରୁ ପିଛିଲା ଭାବରେ 11% ମହଙ୍ଗା ଭତ୍ତା ଲାଗୁ ହେବ । ଏହା ଅକ୍ଟୋବରରୁ ଲାଗୁ ହେବା ସହ ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

ଭୁବନେଶ୍ବରରୁ ଭବନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Oct 8, 2021, 12:18 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.