ETV Bharat / city

ଖସିଲା ପାରଦ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ - ପାଣିପାଗ ସୂଚନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ଟି ଜିଲ୍ଲାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଖସିଲା ପାରଦ, ୧୦ ଟି ଜିଲ୍ଲାକୁ ‘ଅରେଞ୍ଜ ୱାର୍ନିଙ୍ଗ’

author img

By

Published : Apr 21, 2020, 11:50 PM IST

ଭୁବନେଶ୍ବର: ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ବଜ୍ରପାତ ନେଇ ସତର୍କ ସୂଚନା । ସେପଟେ ରାଜ୍ୟର ଅଧିକାଂଶ ସ୍ଥାନରେ ଖସିଲା ପାରଦ, ଲୋକଙ୍କୁ ମିଳିଲା ସାମାନ୍ୟ ଆଶ୍ବସ୍ତ । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ହେଲା ବର୍ଷା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଟି ଜିଲ୍ଲାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଖସିଲା ପାରଦ, ୧୦ ଟି ଜିଲ୍ଲାକୁ ‘ଅରେଞ୍ଜ ୱାର୍ନିଙ୍ଗ’
ଖସିଲା ପାରଦ, ୧୦ ଟି ଜିଲ୍ଲାକୁ ‘ଅରେଞ୍ଜ ୱାର୍ନିଙ୍ଗ’

ବାଲେଶ୍ବର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଏବଂ ବର୍ଷା ହେବା ସହ ୫୦ ରୁ ୬୦ କିମି ବେଗରେ ପବନ ବହିବ । ଢେଙ୍କାନାଳ, ଅନୋଗୁଳ, କଟକ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆ ପଥର ସହ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୩ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବ । ୩୦ ରୁ ୪୦ କିମି ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ସର୍ବାଧିକ ୪୧.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ମଙ୍ଗଳବାର ଭୁବନେଶ୍ବର ସମେତ ରାଜ୍ୟର ବହୁ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଭୁବନେଶ୍ବରରେ ୩୩.୬ ଡିଗ୍ରୀ ସହ ୦.୮ ମିମି ବର୍ଷା ରେକର୍ଡ କରାଯାଇଛି । ସକାଳ ୮.୩୦ ରୁ ସନ୍ଧ୍ୟା ୫.୩୦ ମଧ୍ୟରେ ସର୍ବାଧିକ ବର୍ଷା କନ୍ଧମାଳ ଜିଲ୍ଲାର ଫୁଲବାଣୀ ଠାରେ ରେକର୍ଡ ହୋଇଛି । ୨ ଟି ସ୍ଥାନରେ ୪୦.୦ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ତାପମାତ୍ରା ରେକର୍ଡ ହୋଇଛି । ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକରେ ଦିନ ତାପମାତ୍ରା ସ୍ବାଭାବିକ ତାପମାତ୍ରା ଠାରୁ ୨ ରୁ ୩ ଡିଗ୍ରୀ ସେଲସିଅସରୁ କମ ରହିବାର ସମ୍ଭାବନା ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.