ETV Bharat / city

ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ଆସିଲା ଚୂଡ଼ାନ୍ତ ସଂରକ୍ଷଣ ତାଲିକା - ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ସଂରକ୍ଷଣ ତାଲିକା

ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । 10ଟି ଜିଲ୍ଲାରେ ଅଣସଂରକ୍ଷିତ ଆସନ ରହିଥିବାବେଳେ 7 ଟି ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ପାଇଁ ସଂରକ୍ଷିତ ରହିଛି । ଅଧିକ ପଢନ୍ତୁ

ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜାରି

author img

By

Published : Jan 8, 2022, 12:27 PM IST

ଭୁବନେଶ୍ବର: ପ୍ରକାଶ ପାଇଲା ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ଏନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ପୂର୍ବରୁ ସଂରକ୍ଷଣ ତାଲିକାରୁ ପଛୁଆ ଜାତି ସଂରକ୍ଷଣ ହଟିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜାରି
ଜିଲ୍ଲା ପରିଷଦ ସଭାପତି ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜାରି

ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ଏହି ସଂରକ୍ଷଣ ତାଲିକା ପ୍ରକାଶ କରାଯାଇଛି । ପ୍ରକାଶିତ ତାଲିକା ଅନୁସାରେ 10ଟି ଜିଲ୍ଲାରେ ଅଣସଂରକ୍ଷିତ ଆସନ ରହିଥିବାବେଳେ 7 ଟି ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ପାଇଁ ସଂରକ୍ଷିତ ରହିଛି । କେବଳ ମହିଳାଙ୍କ ପାଇଁ ୭ଟି ଜିଲ୍ଲା ସଂରକ୍ଷିତ ଥିବା ବେଳେ ୫୦ ପ୍ରତିଶତ ଅର୍ଥାତ ୧୫ଟି ଜିଲ୍ଲାରେ ମହିଳାମାନେ ସଭାପତି ପଦରେ ବସିବେ । କେନ୍ଦ୍ରାପଡ଼ା, ବୌଦ୍ଧ ଓ ଯାଜପୁରରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ଥିବାବେଳେ କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡ଼ାରେ ଅନୁସୂଚିତ ଜନଜାତିର ମହିଳାଙ୍କ ପାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି । ଅନୁଗୁଳ, କଟକ, କଳାହାଣ୍ଡି, କେନ୍ଦୁଝର, ଗଜପତି, ଦେବଗଡ଼, ନୟାଗଡ଼, ବରଗଡ଼, ବାଲେଶ୍ବର ଓ ସୋନପୁର ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରହିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.