ETV Bharat / city

ବ୍ୟାଙ୍କଗୁଡ଼ିକ ଅଧିକ ଋଣ ଦିଅନ୍ତୁ, ଗ୍ରାମାଞ୍ଚଳରେ ବେଶୀ ଶାଖା ଖୋଲନ୍ତୁ: ଅର୍ଥମନ୍ତ୍ରୀ - ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ

୧୬୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ । ବ୍ୟାଙ୍କଗୁଡ଼ିକ ଅଧିକ ଋଣ ଦେବା ସହ ଗ୍ରାମାଞ୍ଚଳରେ ବେଶୀ ଶାଖା ଖୋଲାଯାଉ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଅଧିକ ପଢନ୍ତୁ

ବ୍ୟାଙ୍କଗୁଡ଼ିକ ଅଧିକ ଋଣ ଦିଅନ୍ତୁ, ଗ୍ରାମାଞ୍ଚଳରେ ବେଶି ଶାଖା ଖୋଲନ୍ତୁ: ଅର୍ଥମନ୍ତ୍ରୀ

author img

By

Published : Jun 23, 2022, 8:34 PM IST

ଭୁବନେଶ୍ବର: ଅର୍ଥଯୋଗାଣ ଏବଂ ବ୍ୟାଙ୍କ ଋଣ ପ୍ରଦାନ କ୍ଷେତ୍ରରେ ସରକାରୀ ଓ ବେସରକାରୀ ପୁଞ୍ଜିନିବେଶର ମିଳିତ ସହାୟତା ମାଧ୍ୟମରେ ଅର୍ଥନୀତିର ନିରନ୍ତର ବିକାଶ ଘଟେ । ପୁଞ୍ଜିନିବେଶ ଉଦ୍ଦେଶ୍ୟରେ ଅନୁକୂଳ ପରିବେଶ ନିର୍ମାଣ ସହିତ ଋଣ ପାଇଁ ଚାହିଦା ସୃଷ୍ଟି ଲାଗି ଆମ ସରକାର ସର୍ବଦା ଉଦ୍ୟମ କରୁଥିବାବେଳେ ବ୍ୟାଙ୍କଗୁଡ଼ିକ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ପାଇଁ ଋଣ ପ୍ରଦାନ ପରିମାଣ ବୃଦ୍ଧି କରନ୍ତୁ । ଆଜି ଅନୁଷ୍ଠିତ ୧୬୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଯୋଗଦେଇ ଆହ୍ବାନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।

୧୬୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ
୧୬୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ

ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଗତ କେତେବର୍ଷ ମଧ୍ୟରେ ଓଡ଼ିଶା ଦ୍ରୁତ ଆର୍ଥିକ ଅଭିବୃଦ୍ଧି ଦିଗକୁ ଅଗ୍ରସର ହୋଇଛି । ସମଗ୍ର ଦେଶରେ ଓଡ଼ିଶା ବିତ୍ତୀୟ ପରିଚାଳନା ଓ ଉତ୍ତମ ଶାସନ ପାଇଁ ନିଜର ପରିଚୟ ସୃଷ୍ଟି କରିପାରିଛି । ବାର୍ଷିକ ଋଣ ଯୋଜନା କ୍ଷେତ୍ରରେ ଶିକ୍ଷା ଏବଂ ଗୃହନିର୍ମାଣକୁ ଅଗ୍ରାଧିକାର ଦେଇ ବ୍ୟାଙ୍କଗୁଡ଼ିକ ଋଣ ପ୍ରଦାନ କରିବାର ଆବଶ୍ୟକତା ରହିଛି । ଓଡ଼ିଶାରେ ଜୀବିକା ନିର୍ବାହ ପାଇଁ କୃଷିକୁ ଅଗ୍ରାଧିକାର କ୍ଷେତ୍ର ଭାବେ ଗଣାଯାଉଛି ।

କୃଷି କ୍ଷେତ୍ରରେ ବାର୍ଷିକ ଋଣ ଯୋଜନାରେ ୪୬.୫୮୬ କୋଟି ଟଙ୍କା ଧାର୍ଯ୍ୟ ଲକ୍ଷ୍ୟ ଥିବାବେଳେ ୪୪.୨୫୩ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇ ଶତକଡ଼ା ୯୫ ଭାଗ ଲକ୍ଷ୍ୟ ହାସଲ ହୋଇଛି । MSME ଏକ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାବେଳେ ଏହା ସର୍ବାଧିକ ସଫଳତା ପାଇଛି । ଅଗ୍ରାଧିକାର ପ୍ରଦାନ କରାଯାଇ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (SHG)ମାନଙ୍କୁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

୨୦୨୨-୨୩ ଆର୍ଥିକ ବର୍ଷରେ ୫-‘ଟି’ ଆଧାରରେ ମହିଳା ଏସ୍‌ଏଚଜିଙ୍କ ପାଇଁ ଥିବା ଋଣର ପରିମାଣକୁ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଆର୍ଥିକ ଅନ୍ତର୍ଭୁକ୍ତିକରଣ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ଥିବାବେଳେ ସବୁ ଅଞ୍ଚଳରେ ବ୍ୟାଙ୍କିଂ ସୁବିଧା ଉପଲବ୍ଧ ନଥିବାରୁ କିଛି ଲୋକ ସାଧାରଣ ବ୍ୟାଙ୍କିଂ ସୁବିଧାରୁ ବଞ୍ଚିତ ହେଉଛନ୍ତି । ରାଜ୍ୟରେ ୨୭୩୮ ଗ୍ରାମ ପଞ୍ଚାୟତରେ ୫୬୦୭ ସ୍ଥାୟୀ ବ୍ୟାଙ୍କ ରହିଛି ।

ଏହା ସମୁଦାୟ ଗ୍ରାମ ପଞ୍ଚାୟତର ୪୦ ପ୍ରତିଶତ । ଅବଶିଷ୍ଟ ୬୦ ପ୍ରତିଶତ ଗ୍ରାମ ପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ଶାଖା ପାଇଁ ବ୍ୟାଙ୍କମାନେ ପଦକ୍ଷେପ ନେବା ଆବଶ୍ୟକ । ଗ୍ରାମାଞ୍ଚଳ ଅର୍ଥନୀତିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଇତି ମଧ୍ୟରେ ସର୍ବୋତ୍କୃଷ୍ଟ ସେବାପ୍ରଦାନକାରୀ ବ୍ୟାଙ୍କଗୁଡ଼ିକୁ ପୁରସ୍କୃତ କରିଛନ୍ତି । ଆଗାମୀ ଦିନରେ ଏହି ସମ୍ମାନାସ୍ପଦ ପୁରସ୍କାର ପାଇଁ ବ୍ୟାଙ୍କଗୁଡ଼ିକ କାର୍ଯ୍ୟ କରନ୍ତୁ ବୋଲି ମନ୍ତ୍ରୀ କହିଛନ୍ତି ।

୨୦୨୨-୨୩ ଅର୍ଥିକ ବର୍ଷରେ ଅଗ୍ରାଧିକାର କ୍ଷେତ୍ରଗୁଡ଼ିକ ପାଇଁ ରାଜ୍ୟ ସରକାର ୧.୩୪ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖିଛନ୍ତି । ବ୍ୟାଙ୍କଗୁଡ଼ିକ ଜିଲ୍ଲା ପ୍ରଶାସନ ମାଧ୍ୟମରେ ଲକ୍ଷ୍ୟ ହାସଲ ପାଇଁ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । କୃଷି, ଉଦ୍ୟୋଗ, ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଆର୍ଥିକ ବିକାଶ ଏବଂ ରାଜ୍ୟର ପ୍ରଗତି ପାଇଁ ବ୍ୟାଙ୍କଗୁଡ଼ିକର ସମୟୋଚିତ ଋଣ ପ୍ରଦାନ ଅତ୍ୟନ୍ତ ମହତ୍ତ୍ବପୂର୍ଣ୍ଣ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି ।

ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ, ଏସ୍‌ଏଲ୍‌ବିସିର ଅଧ୍ୟକ୍ଷ ସୋମା ଶଙ୍କର ପ୍ରସାଦ, ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଭୁବନେଶ୍ବରର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍‌.ଏନ୍‌. ପଣ୍ଡା, ନାବାର୍ଡ ଭୁବନେଶ୍ୱରର ସିଜିଏମ୍‌ ସି. ଉଦୟଭାସ୍କର, ଏସ୍‌ବିଆଇ ଭୁବନେଶ୍ୱରର ସିଜିଏମ୍‌ ଚନ୍ଦ୍ର ଶେଖର ଶର୍ମା, ଏସ୍‌ଏଲ୍‌ବିସିର ଆବାହକ ଅରୂପାନନ୍ଦ ଜେନା ପ୍ରମୁଖ ଯୋଗ ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.