ETV Bharat / city

ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ - ଶ୍ରେଷ୍ଠ ବିଧାୟକ ଚୟନ କମିଟି ବୈଠକ

ଶ୍ରେଷ୍ଠ ବିଧାୟକ ଚୟନ କମିଟିର ଆଜି ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି (Best MLA selection committee) । ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ବିଧାନସଭା ସ୍ଥିତ ବାଚସ୍ପତିଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବୈଠକ ବସିଛି । ଅଧିକ ପଢନ୍ତୁ

ଶ୍ରେଷ୍ଠ ବିଧାୟକ ଚୟନ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

author img

By

Published : Aug 19, 2022, 9:22 PM IST

ଭୁବନେଶ୍ବର: ଶ୍ରେଷ୍ଠ ବିଧାୟକ ଚୟନ କମିଟିର ଆଜି ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି (Best MLA selection committee) । ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ବିଧାନସଭା ସ୍ଥିତ ବାଚସ୍ପତିଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବୈଠକ ବସିଛି ।

ଚୟନ କମିଟିର ସଦସ୍ୟ ଭାବେ ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ, କଂଗ୍ରେସ ଦଳର ବରିଷ୍ଠ ବିଧାୟକ ନରସିଂହ ମିଶ୍ର, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ଘଡେଇ, ପୂର୍ବତନ ସାଂସଦ ନଗେନ୍ଦ୍ର କୁମାର ପ୍ରଧାନ ଏବଂ ବରିଷ୍ଠ ସାମ୍ବାଦିକ ଶ୍ରୀରାମ ଦାଶ ଉପସ୍ଥିତ ଥିଲେ ।

କୋଭିଡ୍ ସଂକ୍ରମଣ ପାଇଁ ଗତ ତିନି ବର୍ଷ ଧରି ଏ ବାବଦରେ କୌଣସି ବୈଠକ ଅନୁଷ୍ଠିତ ହୋଇନଥିଲା । ଚଳିତ ବର୍ଷ ୨୦୧୭ ରୁ ୨୦୨୧ ପର୍ଯ୍ୟନ୍ତ ୫ ବର୍ଷର ଶ୍ରେଷ୍ଠ ବିଧାୟକଙ୍କୁ ଚୟନ କରାଯିବ । ପ୍ରତିବର୍ଷ ଓଡିଶା ବିଧାନସଭା ପକ୍ଷରୁ ୩ଟି ବର୍ଗରେ ଏହି ସମ୍ମାନ ପ୍ରଦାନ କରାଯାଇଥାଏ । ପଣ୍ଡିତ ନୀଳକଣ୍ଠ ସମ୍ମାନରେ ବର୍ତ୍ତମାନର ବିଧାୟକ, ଉତ୍କଳଗୌରବ ମଧୁସୂଦନ ସମ୍ମାନରେ ପୂର୍ବତନ ବିଧାୟକ ଏବଂ ଉତ୍କଳମଣି ଗୋପବନ୍ଧୁ ପ୍ରତିଭା ସମ୍ମାନରେ ନବନିର୍ବାଚିତ ବିଧାୟକଙ୍କୁ ସମ୍ମାନିତ କରାଯାଇଥାଏ । ରାଜ୍ୟ ପ୍ରତି ଥିବା ଦାୟିତ୍ୱବୋଧ ଓ ନିଷ୍ଠା ସହ ବିଧାନସଭା ଗୃହକାର୍ଯ୍ୟରେ ବିଧାୟକଙ୍କର ଉଲ୍ଲେଖନୀୟ ପ୍ରଦର୍ଶନ ଆଧାରରେ ଚୟନ କମିଟି ଶ୍ରେଷ୍ଠ ବିଧାୟକଙ୍କୁ ମନୋନୀତ କରିଥାନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.