ଭୁବନେଶ୍ବର: ରାଜଧାନୀରେ ସୁଧୁରିବ ଟ୍ରାଫିକ ସମସ୍ୟା । ଟ୍ରାଫିକ ଜାମରେ ଫସି ରହିବେନି ଯାତ୍ରୀ । ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭିକେ ପାଣ୍ଡିଆନ ଆଜି (ବୁଧବାର) ଭୋରରୁ ରାଜଧାନୀର ବିଭିନ୍ନ ଛକରେ ଟ୍ରାଫିକ ସ୍ଥିତି ସମୀକ୍ଷା କରିଛନ୍ତି । ତାଙ୍କ ସହିତ ଭୁବନେଶ୍ବର ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଡିସିପି ପ୍ରତୀକ ସିଂହ ଓ ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ଉପସ୍ଥିତ ଥିଲେ ।
ରାଜଧାନୀରେ ଲୋକସଂଖ୍ୟା ବୃଦ୍ଧି ପାଉଛି । ତାହାକୁ ତାଳ ଦେଇ ଗାଡ଼ି ମୋଟର ଚଳାଚଳ ସଂଖ୍ୟା ବି ବଢୁଛି । ଫଳରେ ସହରରେ ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି । ଭୁବନେଶ୍ବର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭିକେ ପାଣ୍ଡିଆନ ଆଜି ଶିଶୁଭବନ ଛକ, ରବି ଟକିଜ ଛକ, କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ ଆଇଗିଣିଆ ଛକ ଆଦି ବୁଲି ଦେଖିଛନ୍ତି । ଏହା ସହ ବିଭିନ୍ନ ଛକର ସ୍ଥିତି ଅନୁଧ୍ୟାନ କରିଛନ୍ତି ।
ଏହି ସ୍ଥିତି ସମୀକ୍ଷାରେ ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଛନ୍ତି 5ଟି ସଚିବ । ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆସିଲେ ଲୋକମାନଙ୍କ ହାଇରାଣ ହେବାକୁ ପଡିବ ନାହିଁ । ଅଘଟଣ ମଧ୍ୟ ଟଳିବ ।
ଇଟିଭି ଭାରତ, ଭୁବନେଶ୍ବର