ETV Bharat / city

ବନ୍ୟା କ୍ଷୟକ୍ଷତି ରିପୋର୍ଟ: 14235 ବାସଗୃହ, 33% ଚାଷ ଜମି କ୍ଷତିଗ୍ରସ୍ତ - ଓଡ଼ିଶା ବନ୍ୟା କ୍ଷୟକ୍ଷତି ରିପୋର୍ଟ

ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର 24ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । କ୍ଷୟକ୍ଷତି ନେଇ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳ ରିପୋର୍ଟ ପ୍ରଦାନ କରିଛନ୍ତି (assistance declared for flood affected)। ଅଧିକ ପଢ଼ନ୍ତୁ

assistance declared for flood affected as per Flood Damage Report by affected dirstrcts
ବନ୍ୟା କ୍ଷୟକ୍ଷତି ରିପୋର୍ଟ: 33 ପ୍ରତିଶତ ଚାଷ ଜମି କ୍ଷତିଗ୍ରସ୍ତ, 128 କୋଟି 58 ଲକ୍ଷ ସହାୟତା ମଞ୍ଜୁର
author img

By

Published : Sep 7, 2022, 8:27 PM IST

ଭୁବନେଶ୍ବର: ଗତ ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର 24ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । କ୍ଷୟକ୍ଷତି ନେଇ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳ ରିପୋର୍ଟ ପ୍ରଦାନ କରିଛନ୍ତି । ଏହି ରିପୋର୍ଟ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରାଯାଇଛି । ଏହାସହ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ରାଶି ଘୋଷଣା ହୋଇଛି ।

ଜିଲ୍ଲାପାଳଙ୍କଠାରୁ ପ୍ରାପ୍ତ କ୍ଷୟକ୍ଷତିର ଆକଳନର ତଥ୍ୟ ଅନୁଯାୟୀ 14 ହଜାର 235ଟି ବାସଗୃହ, 1236ଟି ଗାଈ ଗୁହାଳ, 5036 ହେକ୍ଟର ଚାଷଜମି ବାଲିଚର ହୋଇଛି । ଏହାସହ 1125ଟି ଡଙ୍ଗା ଓ ଜାଲ, 28.382 ହେକ୍ଟର ମାଛ ପୋଖରୀ ଓ 483.145 ହେକ୍ଟର ମାଛ ଜାଆଁଳା ଚାଷ କ୍ଷତିଗ୍ରସ୍ତ ହୋଇଛି । 1, 26, 162 ହେକ୍ଟର ଚାଷ ଜମି ଶତକଡା 33 ଭାଗରୁ ଊର୍ଦ୍ଧ୍ବ ଫସଲହାନୀ ହୋଇଛି ।

ଜିଲ୍ଲାପାଳମାନଙ୍କର କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଓ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷି ଭିତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଗାଈଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମତ୍ସ୍ୟ ଜାଆଁଳା ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ରାଶି ମଞ୍ଜୁର ହୋଇଛି । ଏହି ବାବଦକୁ 128 କୋଟି 58 ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଛି ।

ସେହିପରି ଜଳବନ୍ଦୀ ଘେରରେ ଥିବା ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲ୍ଲାପାଳମାନଙ୍କୁ 99କୋଟି 92ଲକ୍ଷ 97ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଛି । ଇତି ମଧ୍ୟରେ ଜଳସମ୍ପଦ ବିଭାଗ, ପୁର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ଓ ଶକ୍ତି ବିଭାଗଠାରୁ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ଆକଳନ ରିପୋର୍ଟ ହସ୍ତଗତ ହୋଇଛି । ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନଃରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗକୁ 5277.69 ଲକ୍ଷ ଟଙ୍କା, ପୁର୍ତ୍ତ ବିଭାଗକୁ 2019.44 ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗକୁ 4254.70 ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗକୁ 607.72 ଲକ୍ଷ ଟଙ୍କା ଓ ଶକ୍ତି ବିଭାଗକୁ 503.38 ଲକ୍ଷ ଟଙ୍କା ଆବଶ୍ୟକ ।

କିନ୍ତୁ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ସାଧାରଣ ସମ୍ପତ୍ତିର କ୍ଷୟକ୍ଷତିର ତୁରନ୍ତ ପୁନଃରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗ 4353.92 ଲକ୍ଷ ଟଙ୍କା, ପୁର୍ତ୍ତ ବିଭାଗ 1367.25 ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ 2414.37 ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ 82.46 ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ 497.51 ଲକ୍ଷ ଟଙ୍କା ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ମଞ୍ଜୁର କରାଯାଇଛି । ଏହିଭଳି ସର୍ବମୋଟ 8715.51 ଲକ୍ଷ ଟଙ୍କା ଉକ୍ତ ବିଭାଗମାନଙ୍କୁ ସାଧାରଣ ସମ୍ପତ୍ତିର ପୁନଃରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଛି ।

ଗତ ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ଅନୁଗୁଳ, ବରଗଡ, ବୌଦ୍ଧ, ନୟାଗଡ, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ପୁରୀ, ଭଦ୍ରକ ବାଲେଶ୍ବର, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବଲାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ସୁନ୍ଦରଗଡ ପ୍ରଭାବିତ ହୋଇଛି । ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ବାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗଗୁଡ଼ିକୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.