ETV Bharat / city

ଆରମ୍ଭ ହେବ ଫୁଟବଲ୍ ଫର୍ ସ୍କୁଲ କାର୍ଯ୍ୟକ୍ରମ

author img

By

Published : Oct 10, 2022, 8:46 PM IST

ଫିଫା, ୟୁନିସ୍କୋ ଓ ଏଆଇଏଫଏଫ ସହଯୋଗରେ ଆରମ୍ଭ ହେବାକୁ ଯାଉଛି ଫୁଟବଲ୍ ଫର୍ ସ୍କୁଲ । ଦେଶର ୭୦୦ରୁ ଅଧିକ ଜିଲ୍ଲାର ୧୦ ହଜାର ସ୍କୁଲକୁ ୧୦୦ଟି ଲେଖାଁଏ ଫୁଟବଲ ବଣ୍ଟନ କରାଯିବ । ଅଧିକ ପଢନ୍ତୁ

ଆରମ୍ଭ ହେବ ଫୁଟବଲ୍ ଫର୍ ସ୍କୁଲ କାର୍ଯ୍ୟକ୍ରମ
ଆରମ୍ଭ ହେବ ଫୁଟବଲ୍ ଫର୍ ସ୍କୁଲ କାର୍ଯ୍ୟକ୍ରମ

ଭୁବନେଶ୍ବର: ସମଗ୍ର ଭାରତବର୍ଷରେ ୭୦୦ରୁ ଅଧିକ ଜିଲ୍ଲାର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍କୁଲକୁ ‘ଫୁଟବଲ୍ ଫର୍ ସ୍କୁଲ୍’ କାର୍ଯ୍ୟକ୍ରମରେ ଯୋଡ଼ାଯିବ । ଫିଫା, ୟୁନିସ୍କୋ ଏବଂ ସର୍ବଭାରତୀୟ ଫୁଟବଲ ମହାସଂଘ(ଏଆଇଏଫ୍ଏଫ୍) ସହଯୋଗରେ ଦେଶର ସ୍କୁଲ ଗୁଡ଼ିକରେ ଫୁଟବଲ କ୍ରୀଡ଼ାକୁ ପ୍ରୋତ୍ସାହନ ଦିଆଯିବ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶିକ୍ଷା ମନ୍ତ୍ରଣାଳୟ, ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ, ଫିଫା, ୟୁନିସ୍କୋ, ଏଆଇଏଫଏଫ ମଧ୍ୟରେ ଫୁଟବଲ ପ୍ରୋତ୍ସାହନକୁ ନେଇ ବୈଠକ ଅନୁଷ୍ଠିତ ହୋଇଛି । ଫିଫା, ୟୁନିସ୍କୋ ଓ ଏଆଇଏଫଏଫ ସହଯୋଗରେ ଆରମ୍ଭ ହେବାକୁ ଯାଉଛି ଫୁଟବଲ୍ ଫର୍ ସ୍କୁଲ । ଦେଶର ୭୦୦ରୁ ଅଧିକ ଜିଲ୍ଲାର ୧୦ ହଜାର ସ୍କୁଲକୁ ୧୦୦ଟି ଲେଖାଁଏ ଫୁଟବଲ ବଣ୍ଟନ କରାଯିବ । ସମଗ୍ର ଭାରତ ବର୍ଷରେ ୭୦୦ରୁ ଅଧିକ ଜିଲ୍ଲାର ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ସ୍କୁଲକୁ ‘ଫୁଟବଲ୍ ଫର୍ ସ୍କୁଲ୍’ କାର୍ଯ୍ୟକ୍ରମରେ ଯୋଡ଼ାଯିବ ।

ଏ ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ଆସନ୍ତାକାଲି ଠାରୁ ଦେଶରେ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ବକପ ଅନୁଷ୍ଠିତ ହେବା ଖୁସିର ବିଷୟ । ଦେଶରେ ଫୁଟବଲ କ୍ରୀଡ଼ାକୁ ପ୍ରୋତ୍ସାହନ ଓ ଛାତ୍ରଛାତ୍ରୀଙ୍କୁ ଫିଟ୍ ରଖିବା ଦିଗରେ ଭାରତ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି । ଏ ଦିଗରେ ଫିଫା, ୟୁନିସ୍କୋ ଓ ଏଆଇଏଫଏଫ ସହଯୋଗରେ ଦେଶର ସ୍କୁଲ ଗୁଡ଼ିକରେ ଫୁଟବଲ କ୍ରୀଡ଼ାକୁ ପ୍ରୋତ୍ସାହନ ଦିଆଯିବ । ଏଥିପାଇଁ ଦେଶରେ ‘ଫୁଟବଲ୍ ଫର୍ ସ୍କୁଲ୍’ କାର୍ଯ୍ୟକ୍ରମ ଆରମ୍ଭ କରାଯିବା ନେଇ ବୈଠକରେ ଆଲୋଚନା ହୋଇଛି ।

ଫିଫା, ଏଆଇଏଫଏଫ ଓ ୟୁନିସ୍କୋ ଦେଶର ୧୦ ହଜାର ସ୍କୁଲକୁ ୧୦୦ ଲେଖାଁଏ ଫୁଟବଲ ଯୋଗାଇ ଦେବ । ଜାତୀୟ ଶିକ୍ଷା ନୀତି -୨୦୨୦ର ଉଦ୍ଦେଶ୍ୟକୁ ଫୁଟବଲ୍ ଫର୍ ସ୍କୁଲ କାର୍ଯ୍ୟକ୍ରମକୁ ସହାୟକ ହେବା ସହ କ୍ରୀଡ଼ା ଆଧାରିତ ପାଠପଢ଼ାକୁ ପ୍ରୋତ୍ସାହନ ଦିଆଯିବ । ଏହି ପଦକ୍ଷେପ ଦେଶରେ କ୍ରୀଡ଼ା ସଂସ୍କୃତିକୁ ଗତି ଦେବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଦକ୍ଷତାର ବିକାଶ କରାଇବ ।

ଶିକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ନବୋଦୟ ବିଦ୍ୟାଳୟ ସଂଗଠନ ‘ଫୁଟବଲ୍ ଫର୍ ସ୍କୁଲ’ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ଦିଗରେ ମୁଖ୍ୟ କେନ୍ଦ୍ର ଭାବରେ କାର୍ଯ୍ୟ କରିବ । ଦେଶର ସ୍କୁଲ ଗୁଡ଼ିକରେ ଫୁଟବଲ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବା ଦିଗରେ କ୍ରୀଡ଼ା ଓ ଯୁବ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ନିଶିଥ୍ ପରମାଣିକ, ଫିଫାର ସେକ୍ରେଟାରୀ ଜେନେରାଲ ଫାତମା ସମୌରା, ୟୁନିସ୍କୋ, ଏଆଇଏଫଏଫର ସଭାପତି କଲ୍ୟାଣ ଚୌବେ, ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.