ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଜି ବ୍ଲକ ସ୍ତରରେ ଜାରି ହେଲା (Formal Notification For Odisha Panchayat Polls Out) ବିଜ୍ଞପ୍ତି । ଜାନୁଆରୀ 17 ରୁ 21 ଯାଏଁ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା ।
ସରଗରମ ହେବାରେ ଲାଗିଛି ପଞ୍ଚାୟତ ନିର୍ବାଚନ । ନିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଉଷ୍ମ ହେଉଛି ଗାଁ ରାଜନୀତି । ଚଳିତ ଥର ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥି ନାମାଙ୍କନ ବେଳେ ନିଜର ସମ୍ପତ୍ତି ବିବରଣୀ, ଶିକ୍ଷାଗତ ଯୋଗ୍ୟତା ଏବଂ ଅପରାଧିକ ପୃଷ୍ଠଭୂମି ବାବଦରେ ସତ୍ୟପାଠ ଦାଖଲ କରିବେ । ଭୁଲ ସତ୍ୟପାଠ ଦେଲେ ଦଣ୍ଡର ବ୍ୟବସ୍ଥା ରହିଛି । ।
ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କ ସତ୍ୟପାଠ ଜିଲ୍ଲା ପ୍ରଶାସନ ଓ୍ବେବସାଇଟରେ ରହିବ । ଅନ୍ୟ ପ୍ରାର୍ଥୀମାନଙ୍କ ସତ୍ୟପାଠ ନିର୍ବାଚନ ଅଧିକାରୀଙ୍କ ନୋଟିସ ବୋର୍ଡରେ ପ୍ରଦର୍ଶିତ ହେବ । ଏହା ସହ ଚଳିତ ଥର ବୁଥ ଗଣତି ବଦଳରେ ବ୍ଲକ ସ୍ତରରେ ଗଣତି କରାଯିବ ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ