ଭୁବନେଶ୍ବର: ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ଅରୁଣ ଦେ କରୋନାରେ ଆକ୍ରାନ୍ତ । ଶୁକ୍ରବାର ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରରେ ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ କିଛିଦିନ ହେଲା ଅରୁଣ ଥଣ୍ଡା ଜ୍ବରରେ ଆକ୍ରାନ୍ତ ଥିଲେ ।
ଶୁକ୍ରବାର ସକାଳେ ହଠାତ୍ ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରିଥିଲେ ଏହି ବର୍ଷିୟାନ ନେତା । ଏ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଖବର ଦିଆଯାଇଥିଲା । ଏକ ଡାକ୍ତରୀ ଟିମ୍ ତାଙ୍କ ଘରକୁ ଯାଇ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ୍ କରିବା ସହ କୋରୋନା ପରୀକ୍ଷା କରିଥିଲେ ।
ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଭୁବନେଶ୍ବରରେ ଏକ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପରୀକ୍ଷା କରାଇ ଗୃହ ସଙ୍ଗରୋଧରେ ରହିବାକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ