ETV Bharat / city

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ପୁଅ ଗୁରୁତର, ହାଇଦ୍ରାବାଦ ସ୍ଥାନାନ୍ତର

author img

By

Published : May 23, 2021, 3:50 PM IST

ପୂର୍ବତନ ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି । ଅଧିକ ପଢନ୍ତୁ...

ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ପୁଅ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ, ହାଇଦ୍ରାବାଦ ସ୍ଥାନାନ୍ତର

ଭୁବନେଶ୍ବର: ପୂର୍ବତନ ଓଡିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି । ମହାମାରୀ କୋରୋନାରେ ପୀଡିତ ସଂଗ୍ରାମଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି ।

ଘରୋଇ ଡାକ୍ତରଖାନାରେ ଏକ୍ସଟ୍ରାକୋରପୋରାଲ୍ ମେମ୍ବ୍ରେନ୍ ଅମ୍ଳଜାନ (ଇସିଏମଓ) ଚିକିତ୍ସାର ଉପଲବ୍ଧତା ନ ଥିବାରୁ ପୂର୍ବତନ ରାଜ୍ୟ ଯୁବ କଂଗ୍ରେସ ସଭାପତି ସଂଗ୍ରାମଙ୍କୁ ହାଇଦ୍ରାବାଦକୁ ପଠାଯାଇଛି । ସେ ପ୍ରାୟ ଏକ ମାସ ପୂର୍ବରୁ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଥିଲେ ।

ସଂଗ୍ରାମ କେଶରୀ ଜେନା କୋରୋନାରେ ସଂକ୍ରମିତ ହେବା ପରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ତାଙ୍କୁ ୨୦ ଦିନରୁ ଅଧିକ ସମୟ ଧରି ଭେଣ୍ଟିଲେଟରରେ ରଖାଯାଇଥିଲା । ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ଉନ୍ନତି ପରିଲକ୍ଷିତ ହେଉନଥିବାରୁ ତାଙ୍କୁ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେଁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି ।

ଶନିବାର ବିଜୁ ଜନତା ଦଳର ପୂର୍ବତନ ବିଧାୟକ ନବୀନ ନନ୍ଦଙ୍କ ପୁଅ ସମ୍ବିତ ନନ୍ଦଙ୍କ କଟକସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଦେହାନ୍ତ ହୋଇଥିଲା । କୋଭିଡରେ ଆକ୍ରାନ୍ତ ସମ୍ବିତଙ୍କ ECMO ଚିକିତ୍ସା ଅଭାବରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହେଉଛି ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.