ETV Bharat / city

ନବରଙ୍ଗପୁରର ବିକାଶ ପାଇଁ ପୂର୍ଣ୍ଣ ସହଯୋଗ କରିବି: ରଘୁନନ୍ଦନ ଦାସ - nabarangpur development

ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ନବରଙ୍ଗପୁର ଜିଲ୍ଲା ଯୋଜନା କମିଟି ବୈଠକ ଭର୍ଚୁଆଲି ଅନୁଷ୍ଠିତ ହୋଇଛି । ନବରଙ୍ଗପୁର ଜିଲ୍ଲାର ବିକାଶ ପାଇଁ ତାଙ୍କର ପୂର୍ଣ୍ଣ ସହଯୋଗ ରହିବ ବୋଲି ମନ୍ତ୍ରୀ କହିଛନ୍ତି । ଅଧିକ ପଢନ୍ତୁ...

ନବରଙ୍ଗପୁରର ବିକାଶ ପାଇଁ ପୂର୍ଣ୍ଣ ସହଯୋଗ କରିବି: ରଘୁନନ୍ଦନ ଦାସ

author img

By

Published : Jun 29, 2021, 6:44 AM IST

ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲା ଯୋଜନା କମିଟି ବୈଠକ ଭର୍ଚୁଆଲି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ନବରଙ୍ଗପୁର ଜିଲ୍ଲାର ବିକାଶ ପାଇଁ ତାଙ୍କର ପୂର୍ଣ୍ଣ ସହଯୋଗ ରହିବ ବୋଲି ମନ୍ତ୍ରୀ କହିଛନ୍ତି ।

ନବରଙ୍ଗପୁରର ବିକାଶ ପାଇଁ ପୂର୍ଣ୍ଣ ସହଯୋଗ କରିବି: ରଘୁନନ୍ଦନ ଦାସ
ନବରଙ୍ଗପୁରର ବିକାଶ ପାଇଁ ପୂର୍ଣ୍ଣ ସହଯୋଗ କରିବି: ରଘୁନନ୍ଦନ ଦାସ

ଜିଲ୍ଲାର ଉନ୍ନତି ଓ ବିକାଶ କ୍ଷେତ୍ରରେ ଯେଉଁଠାରେ ଆବଶ୍ୟକତା ରହିଛି, ସେଥିରେ ପୂର୍ଣ୍ଣ ଭାବରେ ସହଯୋଗ କରିବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ଯାହା ସବୁ ଆବଶ୍ୟକ ନିଷ୍ପତ୍ତି ନିଆଯାଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ ଏବଂ ତାହା ଅନୁମୋଦନ ହୋଇ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ବୈଠକରେ ଜିଲ୍ଲାରେ ଆବଶ୍ୟକ ଥିବା ବିଜୁଳି, ଜଳ ଓ ସଡ଼କର ସୁବ୍ୟବସ୍ଥା ଓ ଏହା ଉପରେ ଥିବା ଶତକଡ଼ା ବ୍ୟୟ ପରିମାଣ ସମ୍ପର୍କରେ ଆଲୋଚନା କରାଯାଇଛି ।

ନବରଙ୍ଗପୁର ଜିଲ୍ଲା ଏକ କୃଷି ପ୍ରଧାନ ଜିଲ୍ଲା ହୋଇଥିବାରୁ କୃଷକ ମାନଙ୍କ ପାଇଁ ଆବଶ୍ୟକ ଜଳସେଚନର ସୁବ୍ୟବସ୍ଥା କରିବା ପାଇଁ ବୈଠକରେ ଲୋକ ପ୍ରତିନିଧିମାନେ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ମହାମାରୀ କରୋନାର ସଫଳ ମୁକାବିଲା କ୍ଷେତ୍ରରେ ଜିଲ୍ଲା ପ୍ରଶାସନର ଅଗ୍ରଣୀ ଭୂମିକାକୁ ପ୍ରଶଂସା କରିଛନ୍ତି ମନ୍ତ୍ରୀ । ଦେଶରେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କୋରୋନା ସଂକ୍ରମିତ ଓ ମୃତ୍ୟୁହାର କମ୍ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଓ ଦିଗଦର୍ଶନ ପାଇଁ ଏହା ସମ୍ଭବ ହୋଇପାରିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଏହି କଠିନ ସମୟରେ ସମସ୍ତେ ସଚେତନ ହୋଇ କୋରୋନା କଟକଣା ନିୟମକୁ ମାନି ଏହାର ସଫଳ ମୁକାବିଲା କରିବାରେ ସହଯୋଗ କାମନା କରିଛନ୍ତି ମନ୍ତ୍ରୀ ରଘୁନନ୍ଦନ ଦାସ । ଆଗାମୀ 7 ଦିନ ମଧ୍ୟରେ ସମ୍ପୃକ୍ତ ସମସ୍ତ ଲୋକପ୍ରତିନିଧି ନିଜ ନିଜର ଆବଶ୍ୟକ ଥିବା କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରି ଉପ ନିର୍ଦ୍ଦେଶକ ଜିଲ୍ଲା ଯୋଜନା କାର୍ଯ୍ୟାଳୟରେ ଦେବା ପାଇଁ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ପରାମର୍ଶ ଦେଇଛନ୍ତି ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ଵାଗତ କରିବା ସହ ବୈଠକରେ ଆଲୋଚନା ହେବାକୁ ଥିବା ସମସ୍ତ ବିଷୟବସ୍ତୁ ସମ୍ପର୍କରେ ସୂଚନା ଦେଇଥିଲେ । ବୈଠକରେ ନବରଙ୍ଗପୁର ସାଂସଦ ରମେଶ ମାଝୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର ମାଝୀ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ଜିଲ୍ଲା ପରିଷଦ ଅଧକ୍ଷା ଭଗବତୀ ଭତ୍ରା, ଉପାଧ୍ୟକ୍ଷା ନିବେଦିତା ମହାନ୍ତି, ଜିଲ୍ଲା ଯୋଜନା କମିଟିର ସମସ୍ତ ସଦସ୍ୟ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ନିଜ ଅଞ୍ଚଳର ସମସ୍ୟା ଓ ସମାଧାନ ସମ୍ପର୍କରେ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.