ETV Bharat / city

ଗାନ୍ଧୀ ଜୟନ୍ତୀ ପାଳିବେ ରାଜ୍ୟ ସରକାର, ଜାଣନ୍ତୁ ସେଦିନର ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହର ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି ।

ଫଟୋ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର
author img

By

Published : Sep 30, 2019, 11:35 PM IST

ଭୁବନେଶ୍ବର: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହର ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି । ଅକ୍ଟୋବର ୨ରେ ବୁଧବାର ଦିନ ଭୁବନେଶ୍ବରଠାରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

ସମାରୋହ ପାଳନ ଉଦ୍ଦେଶ୍ୟରେ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ବୈଠକରେ ଯୋଗଦେଇଥିଲେ । ଇତି ମଧ୍ୟରେ ବିଭାଗ ତରଫରୁ ପ୍ରଥମ ପର୍ଯ୍ୟାୟରେ ମହାତ୍ମା ଗାନ୍ଧୀଙ୍କ ୬ଟି ପୂର୍ଣ୍ଣାବୟବ ତୈଳଚିତ୍ର ରବୀନ୍ଦ୍ର ମଣ୍ଡପ, ରାଜ୍ୟ ସଂଗ୍ରହାଳୟ, ରାଜ୍ୟ ଅଭିଲେଖାଗାର, କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ, ନେତାଜୀ ସୁଭାଷଚନ୍ଦ୍ର ବୋଷ ସଂଗ୍ରହାଳୟ ଓ ସ୍ବରାଜ ଆଶ୍ରମରେ ସ୍ଥାପନ କରାଯାଉଛି ।

ତେବେ ଆସନ୍ତୁ ନଜର ପକାଇବା ଗାନ୍ଧୀଜୟନ୍ତୀ ଦିନ କ'ଣ କାର୍ଯ୍ୟକ୍ରମ ରହିଛି....

- ଭୋର ସାଢ଼େ ୪ଟା - ସହର ସାରା ରାମଧୂନ୍‌ ପ୍ରଚାର କରାଯିବ ।
- ସକାଳ ୭ଟାରୁ ୮ଟା - ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ବ ବିଦ୍ୟାର୍ଥୀ ଆଚାର୍ଯ୍ୟ ବିହାରଠାରୁ କ୍ୟାପିଟାଲ୍‌ ହସ୍‌ପିଟାଲ୍‌ ପର୍ଯ୍ୟନ୍ତ ସୁଦୀର୍ଘ ବିଶାଳ ଏକ ମାନବ ଶୃଙ୍ଖଳ ରଚନାରେ ସାମିଲ ହେବେ ।

- ପ୍ରାୟ ୪୦୦ ସଂକୀର୍ତ୍ତନ କଳାକାର ଦୁଇ ଭାଗରେ ବିଭକ୍ତ ହୋଇ ‘ରଘୁପତି ରାଘବ ରାଜାରାମ’ (ରାମଧୂନ୍‌) ଭଜନ ପରିବେଷଣ ପୂର୍ବକ ପଦଯାତ୍ରାରେ ଯିବେ ।

- ସକାଳ ୯ଟା ବେଳେ ସ୍ଥାନୀୟ ‘ଗୀତଗୋବିନ୍ଦ ସଦନ’ରେ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଶିଳ୍ପୀ ଶିବିର ଆୟୋଜନ କରାଯିବ ।
- ସକାଳ ୧୦ଟା ୧୦ ମିନିଟ୍‌ରେ ରାଜ୍ୟ ବିଧାନସଭା ପରିସର ମଧ୍ୟରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ସାଙ୍ଗକୁ ଆଶ୍ରମ ଭଜନ ଆବୃତ୍ତି, ରାମଧୂନ୍‌ ଓ ଗାନ୍ଧୀ ଜୟନ୍ତୀ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ସହ ଜନପ୍ରତିନିଧିମାନେ ଯୋଗଦେବେ ।

- ପୂର୍ବାହ୍ନ ୧୧ଟା - ଜୟଦେବ ଭବନରେ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ ଓ ‘ଗାନ୍ଧୀକଥା’ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏଥିରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୂଚନା ଓ ଲୋକସଂପର୍କ ବିଭାଗ କମିଶନର ତଥା ଶାସନ ସଚିବ ସଂଜୟ କୁମାର ସିଂ ଏବଂ ବିଶିଷ୍ଟ ଗାନ୍ଧୀବାଦୀ ବିଦ୍ବାନ ସତ୍ୟନାରାୟଣ ସାହୁ ଯୋଗଦେବେ ।

- ଅପରାହ୍ନ ୩ଟାରେ ଗୀତଗୋବିନ୍ଦ ସଦନରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉର୍ଦ୍ଦୁ ଏକାଡେମୀ ଆନୁକୂଲ୍ୟରେ କବିତା ଆସର ଆୟୋଜିତ ହେବ ।

- ସନ୍ଧ୍ୟା ସାଢ଼େ ୬ଟାରେ ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ କଣ୍ଠଶିଳ୍ପୀମାନଙ୍କ ଦ୍ବାରା ଭଜନ ପରିବେଷଣ କରାଯିବ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:
ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ସମାରୋହର ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି । ଅକେଫାବର ୨ ତାରିଖ ବୁଧବାର ଦିନ ଭୁବନେଶ୍ୱରଠାରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ୧୫୦ତମ ଜନ୍ମବାର୍ଷିକୀ ସମାରୋହ ପାଳନ ଉଦ୍ଦେଶ୍ୟରେ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରମୁଖ ଶାସନ ସଚିବ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ବୈଠକରେ ଯୋଗଦେଇଥିଲେ । ଇତି ମଧ୍ୟରେ ବିଭାଗ ତରଫରୁ ପ୍ରଥମ ପର୍ଯ୍ୟାୟରେ ମହାତ୍ମା ଗାନ୍ଧୀଙ୍କ ୬ଟି ପୂର୍ଣ୍ଣାବୟବ ତୈଳଚିତ୍ର ରବୀନ୍ଦ୍ର ମଣ୍ଡପ, ରାଜ୍ୟ ସଂଗ୍ରହାଳୟ, ରାଜ୍ୟ ଅଭିଲେଖାଗାର, କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ, ନେତାଜୀ ସୁଭାଷଚନ୍ଦ୍ର ବୋଷ ସଂଗ୍ରହାଳୟ ଓ ସ୍ୱରାଜ ଆଶ୍ରମରେ ସ୍ଥାପନ କରାଯାଉଛି । ଗାନ୍ଧୀ ଜୟନ୍ତୀ ଦିନ ଭୋର ସାଢ଼େ ୪ଟା ସମୟରେ ସହର ସାରା ରାମଧୂନ୍‌ ପ୍ରଚାର କରାଯିବ । ସକାଳ ୭ଟାରୁ ୮ଟା ମଧ୍ୟରେ ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୫ ହଜାରରୁ ଊଦ୍ଧ୍ୱର୍ ବିଦ୍ୟାର୍ଥୀ ଆଚାର୍ଯ୍ୟ ବିହାରଠାରୁ କ୍ୟାପିଟାଲ୍‌ ହସ୍‌ପିଟାଲ୍‌ ପର୍ଯ୍ୟନ୍ତ ସୁଦୀର୍ଘ ବିଶାଳ ଏକ ମାନବ ଶୃଙ୍ଖଳ ରଚନାରେ ସାମିଲ ହେବେ । ପ୍ରାୟ ୪୦୦ ସଂକୀର୍ତ୍ତନ କଳାକାର ଦୁଇଭାଗରେ ବିଭକ୍ତ ହୋଇ ପଦଯାତ୍ରାରେ ‘ରଘୁପତି ରାଘବ ରାଜାରାମ’ (ରାମଧୂନ୍‌) ଭଜନ ପରିବେଷଣପୂର୍ବକ ପଦଯାତ୍ରାରେ ଯିବେ । ସକାଳ ୯ଟା ବେଳେ ସ୍ଥାନୀୟ ‘ଗୀତଗୋବିନ୍ଦ ସଦନ’ରେ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଶିଳ୍ପୀ ଶିବିର ଆୟୋଜନ କରାଯିବ । ସକାଳ ୧୦ଟା ୧୦ ମିନିଟ୍‌ରେ ରାଜ୍ୟ ବିଧାନସଭା ପରିସର ମଧ୍ୟରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ ସାଙ୍ଗକୁ ଆଶ୍ରମ ଭଜନ ଆବୃତ୍ତି, ରାମଧୂନ୍‌ ଓ ଗାନ୍ଧୀ ଜୟନ୍ତୀ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହଙ୍କ ସହ ଜନପ୍ରତିନିଧିମାନେ ଯୋଗଦେବେ । ପୂର୍ବାହ୍ନ ୧୧ଟା ବେଳେ ଜୟଦେବ ଭବନରେ ଫଟୋଚିତ୍ର ପ୍ରଦର୍ଶନୀ ଉଦ୍‌ଘାଟନ ଓ ‘ଗାନ୍ଧୀକଥା’ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏଥିରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୂଚନା ଓ ଲୋକସଂପର୍କ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଏବଂ ବିଶିଷ୍ଟ ଗାନ୍ଧୀବାଦୀ ବିଦ୍ୱାନ ଶ୍ରୀ ସତ୍ୟନାରାୟଣ ସାହୁ ଯୋଗଦେବେ । ଅପରାହ@ ୩ଟାରେ ଗୀତଗୋବିନ୍ଦ ସଦନରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉର୍ଦ୍ଦୁ ଏକାଡେମୀ ଆନୁକୂଲ୍ୟରେ କବିତା ଆସର ଓ ମୁଶୟାରା ଆୟୋଜିତ ହେବ । ସନ୍ଧ୍ୟା ସାଢ଼େ ୬ଟାରେ ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ କଣ୍ଠଶିଳ୍ପୀମାନଙ୍କ ଦ୍ୱାରା ଭଜନ ପରିବେଷଣ କରାଯିବ ।Body:JConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.