ETV Bharat / city

ଆସନ୍ତା 18ରେ ଦ୍ବିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ

ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ଚାରିଟି ଲୋକସଭା ଆସନ ଯଥା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏହା ଅଧୀନସ୍ଥ ୩୫ ଗୋଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ । ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ ।

author img

By

Published : Apr 6, 2019, 11:27 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା,ଭୁବନେଶ୍ବର

ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆସନ୍ତା ୧୮ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ଚାରିଟି ଲୋକସଭା ଆସନ ଯଥା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏହା ଅଧୀନସ୍ଥ ୩୫ ଗୋଟି ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ । ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ଏମାନଙ୍କ ମଧ୍ୟରେ ୩୦ ଜଣ ପୁରୁଷ ଓ ୫ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୩୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ ଜଣ ଜାତୀୟ ଦଳର, ୫ ଜଣ ରାଜ୍ୟସ୍ତରୀୟ ଦଳର, ୯ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭ ଜଣ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନରେ ଅଂଶଗ୍ରହଣ କରିବେ ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରିବେ । ଏମାନଙ୍କ ମଧ୍ୟରେ ୨୧୯ ଜଣ ପୁରୁଷ ଓ ୨୫ ଜଣ ମହିଳା ପ୍ରାର୍ଥୀ ଅଛନ୍ତି । ଏହି ନିର୍ବାଚନରେ ୨୪୪ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୯୭ ଜଣ ଜାତୀୟ ଦଳର, ୩୫ ଜଣ ରାଜ୍ୟସ୍ତରୀୟ ଦଳର, ୪୨ ଜଣ ଅନ୍ୟାନ୍ୟ ଦଳର ହୋଇଥିବାବେଳେ ୭୦ ଜଣ ସ୍ୱାଧୀନ ପ୍ରାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିବେ ।

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୯୧୧୭ ବୁଥ୍‌ରେ ୩୯୪୫୦୨୫ ପୁରୁଷ ଭୋଟର, ୩୭୪୭୪୯୩ ମହିଳା ଭୋଟର ଓ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ମୋଟ ୭୬ ଲକ୍ଷ ୯୩ ହଜାର ୧୨୩ ଜଣ ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ,ଇଟିଭି ଭାରତ

Intro:Body:

svawyif9q

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.