ETV Bharat / city

Panchayat Poll: ବିଜେପି ଛାଡି ବିଜେଡିରେ ମିଶିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା

author img

By

Published : Jan 23, 2022, 1:26 PM IST

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ଗୁମା ବ୍ଲକର ପୂର୍ବତନ ଅଧ୍ୟକ୍ଷା ମରିୟମ ରଇତ । ଆଜି ନିଜ ସମର୍ଥକଙ୍କ ସହ ସେ ଦଳରେ ଯୋଗ ଦେଇଛନ୍ତି । ଅଧିକ ପଢନ୍ତୁ

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ପୂର୍ବତନ ଅଧ୍ୟକ୍ଷା ମରିୟମ ରଇତ

ଭୁବନେଶ୍ବର: ବିଜେପି ଛାଡି ବିଜେଡିରେ ମିଶିଲେ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଗୁମା ବ୍ଲକର ପୂର୍ବତନ ଅଧ୍ୟକ୍ଷା ମରିୟମ ରଇତ । ଆଜି ତାଙ୍କ ସମର୍ଥକ ଦେବ ଚନ୍ଦ୍ର ପ୍ରଧାନ, ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି ।

ଆସନ୍ତାକାଲି ତାଙ୍କର ଶତାଧିକ ସମର୍ଥକ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଗଜପତି ଜିଲ୍ଲାରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ନବୀନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦାନ କରିଥିବା କହିଛନ୍ତି ମରିୟମ । ଅନ୍ୟପଟେ ତାଙ୍କ ଯୋଗଦାନ ଦଳକୁ ଅଧିକ ସୁଦୃଢ କରିବ ବୋଲି ପ୍ରତିକ୍ରିୟା ଦେଇଛନ୍ତି ଅତନୁ ସବ୍ୟସାଚୀ ନାୟକ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.