ETV Bharat / city

କୃଷିମନ୍ତ୍ରୀଙ୍କ ଦ୍ବାରା 'ମୋ ବାଡି ମୋ ବଗିଚା' କାର୍ଯ୍ୟକ୍ରମର ଶୁଭାରମ୍ଭ

ରାଜଧାନୀକୁ ସବୁଜ ସୁନ୍ଦର କରି ଗଢି ତୋଳିବା ସହ ନିଜ ହାତ ପାଆନ୍ତାରେ ତଟକା ପନିପରିବା ପାଇପାରିବେ ରାଜଧାନୀବାସୀ । ନାଁ ରହିବ ଅମ୍ଳଜାନ ସମସ୍ୟା ନାଁ ପନିପରିବା କିଣିବାକୁ ଝିନଝଟ୍ । ଅଧିକ ପଢନ୍ତୁ...

author img

By

Published : Jul 20, 2021, 7:44 PM IST

କୃଷି ମନ୍ତ୍ରୀଙ୍କ ଦ୍ବାରା 'ମୋ ବାଡି ମୋ ବଗିଚା' କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର: ରାଜଧାନୀକୁ ସବୁଜ ସୁନ୍ଦର କରିବା ସହ ତଟକା ଫଳ, ପନିପରିବା ନିଜ ବାଡିରୁ ପାଇବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ‘ମୋ ବାଡ଼ି-ମୋ ବଗିଚା’ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି । କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ କୁମାର ସାହୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ମନ୍ତ୍ରୀ ଗଙ୍ଗନଗରସ୍ଥିତ କ୍ୱାଟର ନଂ ୨ ଆର୍‌-୩୨ ପରିସରରେ ଫଳଗଛ ଚାରା ରୋପଣ କରି ଏହି କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବେ ଏହାକୁ ଉଦ୍‌ଘାଟନ କରିଛନ୍ତି । ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ୱର ସହରରେ ୧ ହଜାର ସରକାରୀ ବାସଭବନରେ ୨ଟି ଆମ୍ବ, ୨ଟି ପଣସ ଓ ୨ଟି ବେଲ ଚାରା ସହ ପନିପରିବା ପୁଡ଼ିଆ ଓ ଖତ ସାର ଇତ୍ୟାଦି ବଣ୍ଟନ କରିବାର କାର୍ଯ୍ୟକ୍ରମ ମାନ ହାତକୁ ନିଆଯାଇଛି ।

ଭୁବନେଶ୍ୱରର ସରକାରୀ କ୍ୱାର୍ଟର ଗୁଡ଼ିକରେ ଥିବା ଖାଲି ଜାଗାରେ ଫଳଗଛ ଲଗାଇବା ଦ୍ୱାରା ପରିବେଶ ସନ୍ତୁଳନକୁ ରକ୍ଷା କରିବା ସହିତ ଗଛର ଛାଇ ଓ ସୁସ୍ୱାଦୁ ଫଳ ପାଇହେବ । ରାଜ୍ୟ ସରକାରଙ୍କ ଏହି ଯୋଜନାରେ ଫଳଗଛ ଚାରା ଯଥା ଆମ୍ବ, ପଣସ ଓ ବେଲ ଚାରା ସହ ପନିପରିବା ମଞ୍ଜି କିଟ୍‌ ଏବଂ ଜୈବିକ ସାର ଓ ଔଷଧ ତଥା ରୋପଣ ବିଧିର ପୁସ୍ତିକା ବିନାମୂଲ୍ୟରେ ଯୋଗାଇଦେବାର ବ୍ୟବସ୍ଥା ରହିଛି । ତେଣୁ ସରକାରଙ୍କ ଏହି ପ୍ରୟାସରେ ସମସ୍ତଙ୍କୁ ଭାଗୀଦାର ହେବା ପାଇଁ ମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମ ଦ୍ବାରା ଭୁବନେଶ୍ୱରକୁ ସବୁଜ ସୁନ୍ଦର କରି ଗଢ଼ିତୋଳିବାରେ ସହାୟକ ହେବ ବୋଲି ମନ୍ତ୍ରୀ କହିଛନ୍ତି । ଏହି ଅବସରରେ ଜନସାଧାରଣଙ୍କ ମଧ୍ୟରେ ବୃକ୍ଷରୋପଣ ତଥା ଫଳଗଛ ଲଗାଇବା ଦିଗରେ ସଚେତନତା ବୃଦ୍ଧି କରିବା ପାଇଁ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ପ୍ରଚାରଗାଡ଼ିକୁ ମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡାଙ୍କ ସମେତ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.