ETV Bharat / city

ଚତୁର୍ଥ ଲହର ଭୟ, ନୂଆ ଷ୍ଟ୍ରାଟେଜି କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

author img

By

Published : Apr 19, 2022, 12:25 PM IST

ଦେଶରେ କିଛି ରାଜ୍ୟରେ କୋରୋନା ସଂକ୍ରମଣ ପୁଣିଥରେ ବଢ଼ିବାରେ ଲାଗିଛି । ଆମ ରାଜ୍ୟରେ ଯଦିଓ ଦୈନିକ ସଂକ୍ରମଣ ଦୁଇ ଅଙ୍କରେ ସୀମିତ ରହିଛି, ତଥାପି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅଧିକ ପଢନ୍ତୁ

ଚତୁର୍ଥ ଲହର ଭୟ, ନୂଆ ଷ୍ଟାଟେଜି କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ଦେଶର କିଛି ରାଜ୍ୟରେ କୋରୋନା ସଂକ୍ରମଣ ବୃଦ୍ଧି ହୋଇଥିବାବେଳେ ଘାରିଲାଣି ଚତୁର୍ଥ ଲହର ଭୟ, ତେବେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ମାକ୍ସ ପିନ୍ଧିବା କଟକଣା ହଟି ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଏବେ ବି ମାସ୍କ ପିନ୍ଧିବା ପାଇଁ ସମସ୍ତଙ୍କୁ କୁହାଯାଇଛି ।

ଭିଡ଼ ସ୍ଥାନକୁ ଗଲେ ମାକ୍ସ ପିନ୍ଧନ୍ତୁ । ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବାବେଳେ ଆମ ରାଜ୍ୟର ସ୍ଥିତି ଭଲ ଅଛି । ଦୈନିକ ସଂକ୍ରମଣ 10 ରୁ 20 ମଧ୍ୟରେ ରହୁଛି । ତେଣୁ ସମସ୍ତେ କୋଭିଡ ନିୟମପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ।

ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଯେଉଁଠି ଦରକାର ନୂଆ ଷ୍ଟ୍ରାଟେଜି କରିବାକୁ କୁହାଯାଇଛି । ଏହାସହ ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛି। ଆଗକୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ। WHOର କହିବା ଅନୁଯାୟୀ ଵର୍ତ୍ତମାନ ସଂକ୍ରମଣର ସିଭିଅରିଟି ନାହିଁ । ଏହାକୁ ଚତୁର୍ଥ ଲହର କହିହେବ ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.