ଭୁବନେଶ୍ବର: ଗତକାଲିର ସମୁଦ୍ର ପତ୍ତନରେ ଥିବା ନିମ୍ନଚାପ ରେଖା ଗୁରୁବାର ମଧ୍ୟ ଉତ୍ତର ପଞ୍ଜାବରୁ ହରିୟାଣା , ପଶ୍ଚିମ ଉତ୍ତରପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମ-ବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି । ସେହିପରି ଝାଡ଼ଖଣ୍ଡ ଏବଂ ତାର ଆଖପାଖ ଅଞ୍ଚଳରେ ଗୋଟିଏ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିମି ବ୍ୟାପିଛି ଏବଂ ଏହା ଦକ୍ଷିଣ ପଶ୍ଚିମ ଦିଗରେ ଢଳିଛି । ଏହି ଘୁର୍ଣ୍ଣିବଳୟ ଠାରୁ ଆଭ୍ୟନ୍ତରୀଣ ଓଡିଶା ମଧ୍ୟଦେଇ ଗୋଟିଏ ନିମ୍ନ ଚାପରେଖା ସମୁଦ୍ର ପତ୍ତନ ଠାରୁ ୧.୫ କିମି ଉଚ୍ଚତା ମଧ୍ୟରେ ଉତ୍ତର ଆନ୍ଧ୍ର ଉପକୂଳ ଯାଏଁ ଲମ୍ବିଛି । ପାଣିପାଗ ବିଜ୍ଞାନର ଏହି ନିୟାମକ ସୂତ୍ର ଆଧାରରେ କରାଯାଇଥିବା ଆକଳନ ଅନୁସାରେ ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ୯ ଜିଲ୍ଲା ପ୍ରବଳ ବର୍ଷା ସମ୍ଭାବନା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ଏବଂ ଢେଙ୍କାନାଳରେ ଗୋଟିଏରୁ 2ଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହା ସହ ଅନ୍ୟ ୨୦ ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଦେବଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ଖୋର୍ଦ୍ଧା, ଏବଂ ପୁରୀରେ ଗୋଟିଏରୁ 2ଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷାର ସମ୍ଭାବନା ମଧ୍ୟ ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଗତ ୨୪ ଘଣ୍ଟା ଭିତରେ ସୋନପୁରରେ ସର୍ବୋଚ୍ଚ ତାପମାତ୍ରା ୩୨.୪ ଡିଗ୍ରୀ ରେକର୍ଡ କରାଯାଇଛି।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ