ଭୁବନେଶ୍ବର: ରାଜ୍ୟରେ ଆହୁରି ବର୍ଷିବ । ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି । ସେହିପରି କେନ୍ଦ୍ରାପଡା, ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ, ଅନୁଗୋଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ କହିଛି ।
ଘୂର୍ଣ୍ଣିବଳୟ ଯୋଗୁଁ 2 ଦିନ ଅଶାନ୍ତ ରହିବ ସମୁଦ୍ର । 40ରୁ 50 କିମି ବେଗରେ ପବନ ବହିବା ନେଇ ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି ହୋଇଛି । ତେବେ ଗତ 24 ଘଣ୍ଟା ମଧ୍ୟରେ ଯାଜପୁରରେ ସର୍ବାଧିକ 74 ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ