ETV Bharat / city

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ସୃଷ୍ଟି ହେଲା ଲଘୁଚାପ । ଆସନ୍ତା ୮ତାରିଖ ଯାଏଁ ପ୍ରବଳ ବର୍ଷିବ । ରାଜ୍ୟରେ ନିଅଣ୍ଟିଆ ବୃଷ୍ଟିପାତ ଭରଣା କରିବ ଲଘୁଚାପ ବର୍ଷା । ଅଧିକ ପଢ଼ନ୍ତୁ

author img

By

Published : Jul 4, 2022, 7:19 PM IST

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର : ସୃଷ୍ଟି ହେଲା ଲଘୁଚାପ । ଆସନ୍ତା ୮ତାରିଖ ଯାଏଁ ପ୍ରବଳ ବର୍ଷିବ । ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡଖଣ୍ଡ ଏବଂ ବଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୫. ୮ କିମି ପର୍ଯ୍ୟନ୍ତ ବ୍ୟାପିଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, କନ୍ଧମାଳ, ନୟାଗଡ଼ ବୌଦ୍ଧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଏହି ଲଘୁଚାପ ବର୍ଷା ରାଜ୍ୟରେ ନିଅଣ୍ଟିଆ ବୃଷ୍ଟିପାତ ଭରଣା କରିବା ବୋଲି ଆଶା କରାଯାଉଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.