ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି । ପ୍ରଭାବରେ ଏହା ଆଗାମୀ ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସମ୍ଭାବନା ରହିଛି ।
ଏହାସହ ଓଡିଶା ଉପକୂଳ ମଧ୍ୟ ଦେଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ବଙ୍ଗ ଏବଂ ବଙ୍ଗଳାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଆସନ୍ତାକଲି(ଗୁରୁବାର) ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ଗଭୀର-ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା, ଗୁରୁବାର ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉପକୂଳ ସମେତ ଦକ୍ଷିଣରେ ପ୍ରବଳ ବର୍ଷା ହେବ।

ଗଞ୍ଜାମ,ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି । ଏହାର ପ୍ରଭାବରେ ଉକ୍ତ ଜିଲ୍ଲାରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ ।ପୁରୀ, ଜଗତସିଂହପୁର,କେନ୍ଦ୍ରାପଡା, ବାଲେଶ୍ବର, ଭଦ୍ରକ,କୋରାପୁଟ,ରାୟଗଡା ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏହାସହ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ।୨୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ