ETV Bharat / city

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Sep 18, 2022, 8:27 AM IST

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷ ସମ୍ଭାବନା । ଅଧିକ ପଢନ୍ତୁ

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ । ପୂର୍ବକେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର(low pressure area) ସୃଷ୍ଟି ହେବାର ସମ୍ଭାବନା ରହିଛି । ସାମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆସନ୍ତା ୨୧ ତାରିଖରେ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ (Yellow warning issued for 9 district) ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସାମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ରୁ ୨୧ ତାରିଖରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାସହିତ ୨୦ରେ ଗଭୀର ସମୁଦ୍ର ଏବଂ ୨୧ ଓ ୨୨ ତାରିଖରେ ଓଡିଶା ଉପକୂଳ ଅଶାନ୍ତ ରହିବା ଆଶଙ୍କା କରାଯାଉଥିବାରୁ ୨୦ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଏହାମଧ୍ୟ ପଢନ୍ତୁ: ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ, ୨୦ ବେଳକୁ ଲଘୁଚାପ

ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲେ କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି । ଏହିସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର । ବର୍ତ୍ତମାନ କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାରେ କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଲାଗି ରହିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.