ETV Bharat / city

ପୁଣି ରାଜଧାନୀରେ ପ୍ରବଳ ବର୍ଷା: ଜଳବନ୍ଦୀ ତଳିଆ ଅଞ୍ଚଳ, ରାସ୍ତାରେ ଆଣ୍ଠୁଏ ଆଣ୍ଠୁଏ ପାଣି

author img

By

Published : Sep 19, 2021, 8:45 PM IST

ଅସରାଏ ବର୍ଷାରେ ପୁଣି ବେହାଲ ହେଲା ରାଜଧାନୀ । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଓ ଟ୍ରାଫିକ ଛକ ଜଳବନ୍ଦୀ ହୋଇ ରହିଛି । ଅଧିକ ପଢ଼ନ୍ତୁ...

ପ୍ରବଳ ବର୍ଷାରେ ରାଜଧାନୀରେ ଲହଡ଼ା ମାରିଲା ଆଣ୍ଠୁଏ ଆଣ୍ଠୁଏ ପାଣି

ଭୁବନେଶ୍ବର: ଅସରାଏ ବର୍ଷାରେ ପୁଣି ବେହାଲ ହେଲା ରାଜଧାନୀ । ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଓ ଟ୍ରାଫିକ ଛକ ଜଳବନ୍ଦୀ ହୋଇ ରହିଛି । ୧ ଘଣ୍ଟା ଲଗାଣ ବର୍ଷା ପରେ ରାଜଧାନୀର ଗଳିକନ୍ଦିରେ ଲହଡ଼ି ଭାଙ୍ଗୁଛି ଆଣ୍ଠୁଏ ଆଣ୍ଠୁଏ ଉଚ୍ଚର ପାଣି । ସେପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ସତର୍କ ରହିବାକୁ କହିଛନ୍ତି ।

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସୁନ୍ଦରଗଡ଼ର ଲହୁଣୀପଡ଼ାରେ ସର୍ବାଧିକ ୭୪ମିଲମିଟର ବର୍ଷା ହୋଇଛି । ଏହାସହ ରାଜ୍ୟର ଅନ୍ୟ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବୈଜ୍ଞାନିକ ।

ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତା ୪୮ ଘଣ୍ଟା ଢାଳିବ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପାଇଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.