ETV Bharat / city

Weather Update: ଅବପାତର ରୂପ ନେଲା ଲଘୁଚାପ, 10 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି 10 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅଧିକ ପଢନ୍ତୁ

author img

By

Published : Sep 11, 2022, 8:45 AM IST

heavy rainfall alert by bhubaneswar meteorological centre
ସକ୍ରିୟ ହେଉଛି ଲଘୁଚାପ, 10 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଚି ଲଘୁଚାପ କ୍ଷେତ୍ର ଅବପାତର ରୂପ ନେଇଛି । ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି । ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିବ । ଏହା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ 10 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ (Bhubaneswar Meteorological Centre) । ସକ୍ରିୟ ସଦୃଶ ଲଘୁଚାପ କ୍ଷେତ୍ର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ଲାଗି ରହିଛି । ଆଜି ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପଶ୍ଚିମ ଏବଂ ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ପାର୍ଶ୍ବବର୍ତ୍ତୀ ତଥା ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ତିନି ପ୍ରକାର ପାଣିପାଗ ପ୍ରଭାବରେ ଆଗାମୀ 24 ଘଣ୍ଚାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ସକ୍ରିୟ ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି । ଏହାର ପ୍ରଭାବରେ ନୟାଗଡ଼, ଗଞ୍ଜାମ,ଗଜପତି, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଉତ୍ତର ଓଡ଼ିଶାର ଉପକୂଳ ଅଞ୍ଚଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଭ୍ୟନ୍ତରୀଣ ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପାର୍ଶ୍ବବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ: Odisha Weather: ରାଜ୍ୟରେ ଆଉ ୨ଦିନ ଯାଏଁ ବର୍ଷା, ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ

ଆସନ୍ତାକାଲି ମୁଖ୍ୟତଃ ପଶ୍ଚିମ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 13 ତାରିଖରେ ବର୍ଷାର ପରିମାଣ କମିପାରେ । ସେହିପରି 14 ତାରିଖ ବେଳକୁ ବର୍ଷାର ପ୍ରଭାବ କମିବ । ଆସନ୍ତାକାଲି(ସୋମବାର) ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ପବନର ବେଗ 45ରୁ 55 ସର୍ବାଧିକ 65 କିଲୋମିଟର ରହିବ । ଝଡ଼ ବର୍ଷା ସହ ପ୍ରବଳ ପବନ ବହିବ । ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ 12 ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ଠାରେ ସର୍ବାଧିକ 117. 4 ମିମି ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ପାଖାପାଖି 10.7 ମିମି ବର୍ଷା ହୋଇଛି । ଯାହା ସ୍ବାଭାବିକ ବର୍ଷା ଠାରୁ 26 ପ୍ରତିଶତ ଅଧିକ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.