ETV Bharat / city

48 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ! - heavy rainfall alert in 48 hours

ଆସନ୍ତା 48 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ପୂର୍ବାନୁମାନ କଲା ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

48 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା !
48 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା !
author img

By

Published : Aug 17, 2021, 4:10 PM IST

Updated : Aug 17, 2021, 6:55 PM IST

ଭୁବନେଶ୍ବର: ଆସନ୍ତା 48 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବିଶେଷ କରି ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, କନ୍ଧମାଳ, ମାଲକାନଗିରି, କୋରାପୁଟ, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡା ଜିଲ୍ଲାର କିଛି ସ୍ଥାନରେ ଆସନ୍ତା 24 ଘଣ୍ଟା ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

48 ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା !

ସେହିପରି ପୁରୀ, ବୌଦ୍ଧ, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଗଜପତି, ବାଲେଶ୍ବର, ନୂଆପଡା, ନବରଙ୍ଗପୁର, ଅନୁଗୋଳ ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଣୁ ସେହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

18 ରୁ 19 ତାରିଖ ମଧ୍ୟରେ ପ୍ରଚୁର ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ସୋନପୁର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର । 19 ରୁ 20 ତାରିଖ ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ କମିବ । କେବଳ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବିଜୁଳି ଘଡିଘଡି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ତଥା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି । ଏହା ଆଗାମୀ 48 ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଓଡିଶାର ଉପରୋକ୍ତ ସ୍ଥାନରେ 48 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Aug 17, 2021, 6:55 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.