ETV Bharat / city

ଶନିବାର ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ମୌସୁମୀ ବାୟୁ

ଆସନ୍ତାକାଲି(ଶନିବାର) ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢନ୍ତୁ...

ଶନିବାର ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

author img

By

Published : Jun 18, 2021, 8:23 PM IST

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ବିହାର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଶନିବାର ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, 10 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବିହାର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସହିତ ବାଙ୍ଗଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଝାଡ଼ଖଣ୍ଡ ଉପରେ ଏକ ଟ୍ରଫଲାଇନ ଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ଅର୍ଥାତ ଶନିବାର ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ,କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବରଗଡ଼ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଗତ ୨୪ ଘଣ୍ଟାରେ ଉତ୍ତର ଉପୁକୂଳ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ବାଲେଶ୍ବର ଜିଲ୍ଲା ନୀଳଗିରିରେ ସର୍ବଧିକ ୬୭.୦ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା ଲାଇକେରାରେ ୬୨.୩ ମିମି, କିରିମିରାରେ ୫୭.୦ ମିମି, ବାଲିସଙ୍କରାରେ ୫୨.୦ ମିମି, ଝାରସୁଗୁଡାରେ ୪୮.୬ ମିମି ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ବରରେ ୧.୩ ମିମି ବର୍ଷା ରେକର୍ଡ ହୋଇଛି । ଭବାନୀପାଟଣାରେ ସର୍ବୋଚ୍ଚ ତାପମାତ୍ରା ୩୩.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.