ETV Bharat / city

ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ - weather update

ଲଘୁଚାପ ପ୍ରଭାହରେ ଆଜି ରାଜଧାନୀ ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ତେବେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅଧିକ ପଢନ୍ତୁ...

ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

author img

By

Published : Oct 18, 2021, 11:45 AM IST

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆଜି(ସୋମବାର) ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏପଟେ ରାଜଧାନୀ ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏହାଛଡ଼ା କଟକ, ପୁରୀ, ଜଗତସିଂହପୁର, ବାଲେଶ୍ବରରେ ବି ବର୍ଷା ହେଉଛି। ତେବେ ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ନେଇ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀ ଆଦି ୧୭ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଏଭଳି ପାଗ ଆସନ୍ତା ୨ରୁ ୩ ଦିନ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଅନ୍ୟପକ୍ଷେ, ଲଗାଣ ବର୍ଷା ଯୋଗୁ ବାଲେଶ୍ବର ଜିଲ୍ଲା ବସ୍ତା ଅଞ୍ଚଳର ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବିପଦ ସଙ୍କେତ 5.50 ଥିବା ବେଳେ ଆଜି ସକାଳେ ଏହା 6.01ରେ ପ୍ରବାହିତ ହେଉଛି । ଗତ ୨ ଦିନ ଧରି ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

ତେବେ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଉତ୍ତର ତେଲେଙ୍ଗାନା ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଏହା ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.