ETV Bharat / city

ପ୍ରବଳ ବର୍ଷା ନେଇ 14 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - heavy rainfall in 14 districts

ଆସନ୍ତା 24 ଘଣ୍ଟା ମଧ୍ୟରେ 14 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ସେହିସବୁ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ଅଧିକ ପଢନ୍ତୁ...

ପ୍ରବଳ ବର୍ଷା ନେଇ 14 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Jun 23, 2021, 9:48 PM IST

ଭୁବନେଶ୍ବର: ଆସନ୍ତା 28 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ଛେଚିବ । 24 ଘଣ୍ଟା ମଧ୍ୟରେ ଅର୍ଥାତ୍ ଗୁରୁବାର ସକାଳ ସାଢେ 8ଟା ସୁଦ୍ଧା ବିଶେଷ କରି 14 ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହିସବୁ ଜିଲ୍ଲା ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ପ୍ରବଳ ବର୍ଷା ନେଇ 14 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, କଟକ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି(ବୁଧବାର) ଉତ୍ତର-ପଶ୍ଚିମ ବିହାରରୁ ଦକ୍ଷିଣ ଛତିଶଗଡ ଯାଏଁ ଝାଡ଼ଖଣ୍ଡ ମଧ୍ୟ ଦେଇ ସମୁଦ୍ରପତ୍ତନ ଠାରୁ ୩.୧ କିମିରୁ ୫.୮ କିମି ମଧ୍ୟରେ ଗୋଟିଏ ନିମ୍ନ ଚାପରେଖା ଲମ୍ବିଛି । ତାହାଛଡା ମଙ୍ଗଳବାର ସମୁଦ୍ର ପତ୍ତନରେ ଥିବା ନିମ୍ନ ଚାପ ରେଖା ଆଜି ଉତ୍ତର-ପଞ୍ଜାବରୁ ହରିୟାଣା, ପଶ୍ଚିମ ଉତ୍ତରପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଯାହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସେହିସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଆଜି କେନ୍ଦ୍ରାପଡା ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.