ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଗାମୀ ୧୨ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡିଶା-ଛତିଶଗଡ ମଧ୍ୟ ଦେଇ ଗତିକରିବ ।ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୨ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜି ରାଜ୍ୟରେ ୩ଜିଲ୍ଲା ଗଞ୍ଜାମ, ଗଜପତି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲା ଗୁଡିକୁ ରେଡ ଓ୍ବାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ । ସମୁଦ୍ର ଆଶାନ୍ତ ରହିଥିବାରୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଲଗାତାର ୨ଦିନ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ, ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇଛି । ନଦୀ ଗୁଡିକ ଜଳସ୍ତର ବଢିବାରୁ ବନ୍ୟା ଆଶଙ୍କା ମଧ୍ୟ ରହିଛି ।