ETV Bharat / city

ଆସନ୍ତା 3ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ - ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଘନୀଭୂତ ହେଲା ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ସେହି ଅଞ୍ଚଳରେ ଏକ ଲଘୁଚାପରେ ପରିଣତ ହୋଇଛି । ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୭ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି । ଅଧିକ ପଢନ୍ତୁ...

ଆସନ୍ତା 3 ଦିନ ପ୍ରବଳ ବର୍ଷା, ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ

author img

By

Published : Aug 18, 2021, 10:55 AM IST

ଭୁବନେଶ୍ବର: ଘନୀଭୂତ ହେଲା ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ସେହି ଅଞ୍ଚଳରେ ଏକ ଲଘୁଚାପରେ ପରିଣତ ହୋଇଛି । ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୭ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ । ଘନୀଭୂତ ହେବା ପରେ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବ । ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଏବଂ ରାୟଗଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆସନ୍ତା 3 ଦିନ ପ୍ରବଳ ବର୍ଷା, ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ସେହିପରି ଗଞ୍ଜାମ, ପୁରୀ, କଟକ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ବର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୧୭ ତାରିଖରେ କନ୍ଧମାଳ, ବୌଦ୍ଧ, ପୁରୀ, କଳାହାଣ୍ଡି ଏବଂ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରହିବ ଲଘୁଚାପର ପ୍ରଭାବ । ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ । ସମୁଦ୍ର ଅଶାନ୍ତ ରହିବା କାରଣରୁ ୧୭ ଏବଂ ୧୮ ତାରିଖରେ ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ସେପଟେ ରାଜ୍ୟରେ ମୌସୁମୀ ଦୁର୍ବଳ ରହିଥିବାରୁ ଏବେ ବି ନିଅଣ୍ଟିଆ ବର୍ଷା ରହିଛି। ଜୁନ୍ ୧ ତାରିଖରୁ ଅଗଷ୍ଟ ୧୬ ପର୍ଯ୍ୟନ୍ତ ରାଜ୍ୟରେ ୭୬୧.୮ ମିଲିମିଟର ବର୍ଷା ରେକର୍ଡ ହେବା କଥା । କିନ୍ତୁ ବର୍ତ୍ତମାନ ସୁଦ୍ଧା ୫୩୭.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷା ଠାରୁ ୨୯ ପ୍ରତିଶତ କମ୍ । ରାଜ୍ୟର ୨୫ ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୫ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ଯାଜପୁରରେ ସର୍ବନିମ୍ନ ୫୪ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଭଦ୍ରକରେ ୫୨, ବଲାଙ୍ଗିରରେ ୪୨, କେନ୍ଦୁଝର, ଝାରସୁଗୁଡା ରେ ସ୍ବାଭାବିକ ଠାରୁ ୪୧ ପ୍ରତିଶତ ଏବଂଅନୁଗୁଳ ସ୍ବାଭାବିକ ଠାରୁ ୪୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.