ETV Bharat / city

କାଲିଠୁ ପ୍ରବଳ ବର୍ଷା, ଭୂସ୍ଖଳନ ନେଇ ସତର୍କ କଲେ SRC

10ରୁ 14 ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା । ଏନେଇ ରାଜ୍ୟର ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍‌ କମିଶନରଙ୍କୁ ଏସ୍‌ଆର୍‌ସି ଚିଠି ଲେଖିଛନ୍ତି । ଅଧିକ ପଢନ୍ତୁ...

ଆସନ୍ତାକାଲିଠୁ ପ୍ରବଳ ବର୍ଷା, ସତର୍କ କରାଇଲେ ଏସଆରସି

author img

By

Published : Jun 9, 2021, 10:44 PM IST

ଭୁବନେଶ୍ବର: ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି । ପ୍ରଭାବରେ 4 ଦିନ ଧରି ଲଗାଣ ବର୍ଷ ହେବ । 10ରୁ 14 ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା । ଏନେଇ ରାଜ୍ୟର ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍‌ କମିଶନରଙ୍କୁ ଏସ୍‌ଆର୍‌ସି ଚିଠି ଲେଖିଛନ୍ତି ।

ଏସ୍‌ଆର୍‌ସିଙ୍କ ସୂଚନା ଅନୁସାରେ 10ରୁ 14 ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ଯୋଗୁଁ କେତେକ ଜାଗାରେ ଭୂସ୍ଖଳନ ହେବାର ଆଶଙ୍କା ମଧ୍ୟ ରହିଛି । ତେଣୁ ସେହି ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ କୁହାଯାଇଛି । ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରଣ ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି ।

ପାଣି ଜମିବା ସହ ବିଭିନ୍ନ ନଦୀରେ ବନ୍ୟା ସମ୍ଭାବନା ରହିଛି । ତେଣୁ ବିପଦଜନକ ନଦୀ ବନ୍ଧ ପ୍ରତି ନଜର ରଖିବାକୁ ଜଳ ସମ୍ପଦ ବିଭାଗ ଯନ୍ତ୍ରୀଙ୍କୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି । ଡଙ୍ଗା ଓ ଯନ୍ତ୍ରାଂଶ ସହ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

ସହରାଞ୍ଚଳ ଓ ତଳି ଅଞ୍ଚଳରେ ବର୍ଷା ପାଣି ଜମିବା ସମ୍ଭାବନା ରହିଛି । ତେଣୁ ଏହାର ମୁକାବିଲା ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି । ବନ୍ୟା ସମ୍ପର୍କିତ ସବୁ ଅଫିସ ପକ୍ଷରୁ 24 ଘଣ୍ଟିଆ କଣ୍ଟ୍ରୋଲ୍ ରୁମ ଖୋଲାଯିବ । ଏହି ସମୟ ଭିତରେ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.