ETV Bharat / city

ପ୍ରବଳ ବର୍ଷିବ, 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - Heavy rain

କୋରାପୁଟ, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ସୁନ୍ଦରଗଡ଼, ସମ୍ବଲପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

heavy-rains-yellow-warnings-issued-to-7-districts
ପ୍ରବଳ ବର୍ଷିବ: 7 ଜିଲ୍ଲାକୁ ୟୋର୍ଲୋ ୱାର୍ଣ୍ଣିଂ ଜାରି
author img

By

Published : Jul 15, 2020, 9:46 PM IST

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଝାରଖଣ୍ଡରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉତ୍ତର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଅର୍ଥାତ ୧୬ ତାରିଖ ଗୁରୁବାର ମାଲକାନଗିରି, ରାୟଗଡା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କୋରାପୁଟ, କଳାହାଣ୍ଡି, ନୂଆପଡା, ବଲାଙ୍ଗିର, ସୁନ୍ଦରଗଡ଼, ସମ୍ବଲପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପ୍ରବଳ ବର୍ଷିବ: 7 ଜିଲ୍ଲାକୁ ୟୋର୍ଲୋ ୱାର୍ଣ୍ଣିଂ ଜାରି

ସେହିପରି ୧୭ ତାରିଖ ଶୁକ୍ରବାର ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ୟେଲୋ ୱାର୍ନିଙ୍ଗ ଜାରି। ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । କଳାହାଣ୍ଡି, କୋରାପୁଟ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ରେକର୍ଡ କରାଯାଇଛି । କଳାହାଣ୍ଡି ଜିଲ୍ଲା ଜୟପାଟଣାରେ ସର୍ବାଧିକ ୧୦୫.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି କୋରାପୁଟ ଜିଲ୍ଲା କୋଟପାଡରେ ୭୭.୦ମିମି, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରେ ୬୪.୬ମିମି, ବର୍ଷା ରେକର୍ଡ କରାଯାଇଛି । ପାରେଳାଖେମୁଣ୍ଡିରେ ସର୍ବାଧିକ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଜୁନ ୧ ରୁ ଜୁଲାଇ ୧୪୫ ପର୍ଯ୍ୟନ୍ତ ମୋଟ ୩୮୮.୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ୫ ପ୍ରତିଶତ ବର୍ଷା ରେକର୍ଡ ହୋଇଛି । ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୪ ଜିଲ୍ଲାରେ ଅଧିକ କିମ୍ବା ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ଝାରସୁଗୁଡା, ନୂଆପଡା, ବୌଦ୍ଧ ଓ ମାଲକାନଗିରିରେ ଅଧିକ ବର୍ଷା ରେକର୍ଡ ହୋଇଛି।ଉପକୂଳ ୬ ଜିଲ୍ଲାରେ କମ ବର୍ଷା ହୋଇଛି । କେନ୍ଦ୍ରାପଡା, ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ବାଳେଶ୍ୱରରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.