ETV Bharat / city

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: 8ରେ ଲଘୁଚାପ, ୟେଲୋ ଆଲର୍ଟ ଜାରି - possible low pressure in Odisha

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି (heavy to moderate rain expected in Odisha) । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

heavy to moderate rain expected in Odisha for possible low pressure
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ପାଣିପାଗ ବିଭାଗର ୟେଲୋ ଆଲର୍ଟ ଜାରି
author img

By

Published : Sep 7, 2022, 6:48 PM IST

ଭୁବନେଶ୍ବର: ଅଗଷ୍ଟ ୭ ସକାଳୁ ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୁର୍ଣ୍ଣିବଳୟ(heavy to moderate rain expected in Odisha) । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସମୁଦ୍ରପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ଏହା ବ୍ୟାପିଛି ।

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ପାଣିପାଗ ବିଭାଗର ୟେଲୋ ଆଲର୍ଟ ଜାରି

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଶେଷ ଭାବେ ଦକ୍ଷିଣ ଓଡି଼ଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

  • ଘୁର୍ଣ୍ଣିବଳୟ ର ଅବସ୍ଥାନ ଏବଂ ଏହା ସହ ଜଡିତ ମେଘ ସମୂହ pic.twitter.com/KmlrsbWn9U

    — Meteorological Centre, Bhubaneswar (@mcbbsr) September 7, 2022 " class="align-text-top noRightClick twitterSection" data=" ">

ଏହାକୁ ନେଇ ପାଣିପାଗ ବୈଜ୍ଞାନିକ ଉମା ଶଙ୍କର ଦାଶ କହିଛନ୍ତି, "ଆସନ୍ତା କାଲିଠାରୁ ବର୍ଷା ଆରମ୍ଭ ହେବା ନେଇ ସମ୍ଭାବନା ରହିଛି । ଏଥିପାଇଁ ଉପକୂଳ ଓଡ଼ିଶାର ୮ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୯ରୁ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବ ।"

ଆଗାମୀ 3 ଦିନ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ରାଜ୍ୟରେ ମୌସୁମୀ ମଧ୍ୟ ସକ୍ରିୟ ରହିଛି । ଏହି ଦୁଇ ପାଣିପାଗ ନିୟାମକକୁ ନେଇ ଆସନ୍ତା କାଲିଠାରୁ ବର୍ଷାର ପରିମାଣ ବଢିବା ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୯ ତାରିଖରେ ୭ ଜିଲ୍ଲା ନବରଙ୍ଗପୁର, ଗଜପତି , ଗଞ୍ଜାମ, ମାଲକନିଗିର, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୧୦ ତାରିଖରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ରେ ଝଡ ସହ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ସହ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୦ କିମି ରହିଛି ତେଣୁ ମତ୍ସ୍ୟଜୀବୀଙ୍କୁ ଆସନ୍ତା ୯ ଓ ୧୦ ତାରିଖରେ ସମୁଦ୍ର ଭିତରକୁ ଯିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ତଳିଆ ଅଞ୍ଚଳରେ ପାଣି ଜମିବା ସହ ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ହେବାର ସମ୍ଭାବନା ରହିଥିବାରୁ ସତର୍କ ସୂଚନା ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । କୋରାପୁଟର ସେମିଳିଗୁଡ଼ାରେ ସର୍ବାଧିକ ୮୪ ମିମି ବର୍ଷା ରେକର୍ଡ କରାଯାଇଛି, ତାସହିତ ଅନ୍ୟ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।

ଜୁନ୍‌ ୧ ତାରିଖରୁ ସେପ୍ଟେମ୍ବର ୭ ତାରିଖ ସୁଦ୍ଧା ରାଜ୍ୟରେ 1011.1 ମିମି ବର୍ଷା ରେକର୍ଡ ହୋଇଛି । ଏହା ସ୍ବାଭାବିକ ବର୍ଷା 984.9 ମିମି ବର୍ଷା ତୁଳନାରେ 3 ପ୍ରତିଶତ ଅଧିକ ରହିଛି । ଭଦ୍ରକରେ ୨୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଢେଙ୍କାନାଳ, କନ୍ଧମାଳ, କୋରାପୁଟ ଓ ବୌଦ୍ଧରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.