ETV Bharat / city

ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷା, 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା । 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଅଧିକ ପଢ଼ନ୍ତୁ...

heavy to very heavy rain, bhubaneswar regional Meteorological centre, yellow warning for 13 district,  yellow warning, ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ, 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷା, 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
author img

By

Published : Jun 17, 2021, 8:12 PM IST

ଭୁବନେଶ୍ବର: ପୂର୍ବ ଉତ୍ତରପ୍ରଦେଶ ଉପରେ ଏକ ଘୁର୍ଣ୍ଣିବଳୟ ରହିଛି । ପଞ୍ଜାବ ଠାରୁ ଉତ୍ତର ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷା, 13 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା 18, 19, ଓ 20 ତାରିଖରେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ରହିଛି ସୂଚନା । ଆସନ୍ତା ୨୪ ଘଣ୍ଟା ଶୁକ୍ରବାର ସକାଳ 8.30 ମଧ୍ୟରେ 13 ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡା, ବରବଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଆସନ୍ତା 3 ଦିନ ମଧ୍ୟ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା 48 ଘଣ୍ଟା ମଧ୍ୟରେ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଗତ 24 ଘଣ୍ଟାରେ ନୟାଗଡ଼ରେ ସର୍ବୋଚ୍ଚ ତାପମାତ୍ରା 34.2 ଡିଗ୍ରୀ ରେକର୍ଡ କରାଯାଇଛି ।

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲିରେ ସର୍ବାଧିକ 87.0 ମିମି ବର୍ଷା ରେକର୍ଡ କରାଯାଇଛି । ବଳିଗୁଡ଼ାରେ 80 ମିମି, ବିଜେପୁରରେ 78.0 ମିମି, ଆଲିପିଙ୍ଗଲରେ 64.2 ମିମି, ଜଗତସିଂହପୁରରେ 61.0 ମିମି, ହୀରାକୁଦରେ 56.2 ମିମି ବର୍ଷା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୩.୫ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.